ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଆଜିଠୁ ଦେବ ନିମନ୍ତ୍ରଣ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସନ୍ତା ଜାନୁଆରୀ ୧୭ ତାରିଖରେ ଶୁଭ ଉଦଘାଟନ ହେବ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏନେଇ ଉଦଘାଟନୀ ଉତ୍ସବରେ ଯୋଗ ଦେବାକୁ ଆଜିଠାରୁ ଦେଶର ପ୍ରମୁଖ ଦେବପୀଠକୁ ‘ପରିକ୍ରମା’ ନିମନ୍ତ୍ରଣ ପତ୍ର ଦିଆଯିବ। ସୂଚନା ଯୋଗ୍ୟ ପ୍ରଥମେ ପ୍ରଭୁ ଲିଙ୍ଗରାଜଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରାଯିବ। ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପରିକ୍ରମା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ ପତ୍ର ଦିଆଯିବ। ପରେ ବିଭିନ୍ନ ଦଳଗୁଡ଼ିକ ନିଜ ଗନ୍ତବ୍ୟସ୍ଥଳ ଉଦ୍ଦେଶ୍ୟରେ ଯାତ୍ରା କରିବେ।

ଏହି କାର୍ଯ୍ୟକ୍ରମକୁ ଅତ୍ୟନ୍ତ ଭବ୍ୟ ଭାବରେ ସମ୍ପାଦନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦେଶର ବିଭିନ୍ନ ଦେବପୀଠ ଓ ଧାର୍ମିକ ଗୁରୁମାନଙ୍କୁ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆମନ୍ତ୍ରଣ କରାଯିବ। ଏନେଇ ପୁରୀଠାରେ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ, ଶ୍ରୀମନ୍ଦିର କର୍ତ୍ତୃପକ୍ଷ, ଛତିଶା ନିଯୋଗ ଓ ସେବାୟତଙ୍କ ଉପସ୍ଥିତିରେ ଏ ସଂକ୍ରାନ୍ତରେ ଚୂଡ଼ାନ୍ତ ହୋଇଛି।

ପ୍ରକଳ୍ପ ଲାଗି ଆଜିଠୁ ଦେବ ନିମନ୍ତ୍ରଣ କାର୍ଯ୍ୟକ୍ରମ । ଭାରତବର୍ଷର ବିଭିନ୍ନ ମନ୍ଦିର, ୪ ଧାମ ଓ ୧୨ଟି ଜ୍ୟୋତିଲିଙ୍ଗ, ଦାରୁ ଆସିଥିବା ବିଭିନ୍ନ ସ୍ଥାନକୁ ଯାତ୍ରା କରିବେ ଶ୍ରୀମନ୍ଦିରର ସେବାୟତ ଓ ଅଧିକାରୀ । ଏନେଇ ଆଜି ସକାଳ ୮ଟା ୩୦ ମିନିଟରେ ଦେଶ ତଥା ଦେଶ ବାହାର ବିଭିନ୍ନ ମୁଖ୍ୟ ମନ୍ଦିରର ପ୍ରମୁଖ ସ୍ଥାନକୁ ନିମନ୍ତ୍ରଣ ପତ୍ର ନେଇଯିବେ । ପ୍ରଥମେ ଶ୍ରୀଜିଉଙ୍କ କରାଯାଇଥିଲା ନିମନ୍ତ୍ରଣ । ନୀଳାଦ୍ରୀ ଭକ୍ତ ନିବାସଠାରୁ ଶ୍ରୀମନ୍ଦିରର ସେବାୟତ ଓ ଅଧିକାରୀମାନଙ୍କର ଏକ ଟିମ୍ ବାହାରିବ । ଲିଙ୍ଗରାଜ ମନ୍ଦିର ଦର୍ଶନ କରି ଯାତ୍ରା କରିବେ ସେବାୟତ ଓ ଅଧିକାରୀ । ପରିଚାଳନା କମିଟି ସଦସ୍ୟମାନେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବେ ।

ସେପଟେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ସରସ ସୁନ୍ଦର କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ବି ହାତକୁ ନେଇଛନ୍ତି ଉଭୟ ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର କାର୍ଯ୍ୟାଳୟ । ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁସାରେ- ବାହାରୁ ଭକ୍ତମାନେ ଆସି ଜଗନ୍ନାଥ ବଲ୍ଲଭ ପାର୍କିଂରେ ପହଞ୍ଚିବା ପରେ ସେଠି ଏକ ଅଭ୍ୟର୍ଥନା କକ୍ଷ ସହ ପ୍ରଦର୍ଶନୀ ମଣ୍ଡପ ନିର୍ମାଣ ହେବ । ସେଠାରେ ଶ୍ରୀମନ୍ଦିରର ସ୍ୱର୍ଣ୍ଣିମ ଇତିହାସ, ମହାପ୍ରଭୁଙ୍କ ଲୀଳା, ବେଶ ଓ ଯାନିଯାତର ପ୍ରତିକୃତି ପ୍ରଦର୍ଶନ କରାଯିବ। ଏଥିସହ ମ୍ୟୁନିସିପାଲିଟି ମାର୍କେଟରେ ଏକ ଲେଜର ସୋ’ ଚାଲିବ, ସେଥିରେ ଗଜପତି ପୁରୁଷୋତ୍ତମ ଦେବଙ୍କ କାଞ୍ଚି ଅଭିଯାନର ଗାଥା ପ୍ରଦର୍ଶନ ହେବ ।

Leave A Reply

Your email address will not be published.