ଓଡ଼ିଆ ନ୍ୟୁଜ୍: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର।ଦେଓ ରଞ୍ଜନ କୁମାର ସିଂଙ୍କୁ ଷ୍ଟିଲ ଓ ମାଇନ୍ସ ଅତିରିକ୍ତ ଦାୟିତ୍ବ। ବତ୍ତର୍ମାନ ଉନ୍ନୟନ କମିଶନର ଅଛନ୍ତି ଦେଓ ରଞ୍ଜନ।ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ଅତିରିକ୍ତ ଦାୟିତ୍ବ।ସୁରେନ୍ଦ୍ର କୁମାର ସାଧାରଣ ପ୍ରଶାସନ ଦାୟିତ୍ବରେ ମଧ୍ୟ ରହିବେ।ବିଷ୍ଣୁପଦ ସେଠୀ ହେଲେ ଓଡ଼ିଶା ବନ ଉନ୍ନୟନ ନିଗମ ଅଧ୍ୟକ୍ଷ।ବିଷ୍ଣୁପଦ ସେଠୀଙ୍କୁ କେବିକେ ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ବ। ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗକୁ ବଦଳି।ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ବରେ ମଧ୍ୟ ରହିବେ ଅରବିନ୍ଦ। ଚିତ୍ରା ଅରୁମୁଗମଙ୍କୁ ଗୋପବନ୍ଧୁ ଏକାଡେମୀ ଡିଜି ଦାୟିତ୍ବ।ଏଥିସହ ଶ୍ରମ ଓ ବିଜ୍ଞାନ କାରିଗର ଦାୟିତ୍ବରେ ରହିବେ ଚିତ୍ରା।
ଉଷା ପାଢ଼ୀଙ୍କୁ ଇଡ୍କୋ ଅଧ୍ୟକ୍ଷା ଦାୟତ୍ବ।ନଗର ଉନ୍ନୟନ ଦାୟିତ୍ବରେ ମଧ୍ୟ ରହିବେ ଉଷା।ଶୁଭା ଶର୍ମା ଜଳସମ୍ପଦ ବିଭାଗର ନୂଆ ପ୍ରମୁଖ ସଚିବ।ଏନବିଏସ୍ ରାଜପୁତ ହେଲେ ନୂଆ ପରବହନ ପ୍ରମୁଖ ସଚିବ।OSRTC ଦାୟିତ୍ବରେ ମଧ୍ୟ ରହିବେ ଏନବିଏସ୍ ରାଜପୁତ।ଗିରିଶ ଏସଏନ୍ଙ୍କୁ OMC ଅଧ୍ୟକ୍ଷ ଦାୟତ୍ବ। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ରହିବେ ଗିରିଶ।ମୃଣାଳିନୀ ଦର୍ଶୱାଲ ମହିଳା ଶିଶୁ ବିକାଶ ବିଭାଗ ସଚିବ। ବଲୱନ୍ତ ସିଂହଙ୍କୁ ଓଡ଼ିଶା ହାଇୱେ ଅଥରିଟିର ଏମ୍ଡି ଦାୟିତ୍ବ। ପର୍ଯ୍ୟଟନ ବିଭାଗ ଦାୟିତ୍ବ ବି ତୁଲାଇବେ ବଲୱନ୍ତ।ସଚିନ ରାମଚନ୍ଦ୍ର ଯାଦବ ହେଲେ ନୂଆ କୃଷି ସଚିବ।କ୍ରୀଡ଼ା ଓ ଯୁବ ବ୍ୟାପାର ଦାୟିତ୍ବରେ ବି ରହିବେ ସଚିନ ରାମଚନ୍ଦ୍ର ଯାଦବ।
ସୁଧାଂଣୁ ମୋହନ ସାମଲ କେନ୍ଦ୍ରାଞ୍ଚଳ RDC। ଓଡ଼ିଶା ଖଣି ନିଗମ ଏମଡି ଦୟିତ୍ବରେ ବି ରହିବେ ସୁଧାଂଣୁ ମୋହନ। ସାଦୀକ୍ ଆଲମ ହେଲେ CRUTର ନୂଆ ଏମ୍ଡି। ସାଧାରଣ ଉଦ୍ୟୋଗ ବିଭାଗର ସଚିବ ଦାୟିତ୍ବରେ ରହିବେ ସାଦୀକ୍ ଆଲମ। ମାନ୍ସୀ ନିମ୍ଭାଲ ହେଲେ ମିଶନ ଶକ୍ତି ବିଭାଗ ସଚିବ। ପ୍ରେମଚନ୍ଦ ଚୌଧୁରୀ ହେଲେ ମତ୍ସ୍ୟ ପଶୁ ସମ୍ପଦ ସଚିବ।