ଓଡ଼ିଆ ନ୍ୟୁଜ୍: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର।୨୦୨୨ କ୍ୟାଡରର ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି।ବଦଳିଲେ ମାଲକାନଗିରି ଜିଲ୍ଲାପାଳ, ପ୍ରଥମେଶ ଅରବିନ୍ଦଙ୍କୁ ଦାୟିତ୍ବ।ମନୀଷ ଅଗ୍ରୱାଲ ସମବାୟ ସମିତି ରେଜିଷ୍ଟ୍ରାର ନିଯୁକ୍ତ।କ୍ଷୁଦ୍ର ଶିଳ୍ପ ନିଗମ ଏମ୍ଡି ହେଲେ ସ୍ମୃତିରଞ୍ଜନ ପ୍ରଧାନ।ସିଦ୍ଧାର୍ଥ ଦାସ ମତ୍ସ୍ୟ ସଂପଦ ନିର୍ଦ୍ଦେଶକ ନିଯୁକ୍ତ। TE & SCERTର ନିର୍ଦ୍ଦେଶକ ହେଲେ ମଧୁସ୍ମିତା ସାହୁ।ଉପମା କାଲୋଙ୍କୁ ଉତ୍ତରାଞ୍ଚଳ ଆର୍ଡିସି ସଚିବ ଭାବେ ଅତିରିକ୍ତ ଦାୟିତ୍ବ।ସରକାରୀ ଉଦ୍ୟୋଗ ବିଭାଗର ଅତିରିକ୍ତ ଶାସନ ସଚିବ ହେଲେ ଲିଲି କୁମାରୀ କୁଲୁ।ସୋମେଶ ଉପାଧ୍ୟାୟ ହେଲେ ବୟନ ଓ ହସ୍ତତନ୍ତ ଶିଳ୍ପ ନିର୍ଦ୍ଦେଶକ।
ସେହିପରି ବରିଷ୍ଠ ଆଇଏଏସ୍ ସିଦ୍ଧାର୍ଥ ଦାସଙ୍କୁ ମତ୍ସ୍ୟ ସଂପଦ ବିଭାଗର ନିର୍ଦ୍ଦେଶକ । ମଧୁସ୍ମିତା ସାହୁଙ୍କୁ ଶିକ୍ଷକ ଶିକ୍ଷା ଓ ତାଲିମ ବିଭାଗ ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଥିବା ବେଳେ ଉପମା କାଲୋଙ୍କୁ ସମ୍ବଲପୁର ଆରଡିସି(ଏନଡି) ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଲିଲି କୁମାରୀ ସାହୁ ପବ୍ଲିକ ଏଣ୍ଟରପ୍ରାଇଜର ଅତିରିକ୍ତ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ ହସ୍ତତନ୍ତ ଓ ବୟନଶିଳ୍ପର ନିର୍ଦ୍ଦେଶକ ହୋଇଛନ୍ତି ସୋମେଶ ଉପାଧ୍ୟାୟ । ମାଲକାନଗିରି ଜିଲ୍ଲାପାଳ ଭାବେ ପ୍ରଥମେଶ ଅରବିନ୍ଦ ରାଜସିର୍କେଙ୍କୁ ନିଯୁକ୍ତ କରାଯାଇଛି ।
ସେହିପରି ଆଇଏଏସ ଅକ୍ଷୟ ପିଲ୍ଲେ, ଉପଜିଲ୍ଲାପାଳ, ବଣେଇଙ୍କୁ ପାରାଦୀପର ଅତିରିକ୍ତ ଜିଲ୍ଲାପାଳ ଦାୟିତ୍ବ ମିଳିଛି । ଭାରତୀୟ ନାଗିରକ ସୁରକ୍ଷା ସଂହିତା ଅନୁଯାୟୀ, ଅକ୍ଷୟ ପିଲ୍ଲେଙ୍କୁ ଜଗତସିଂହପୁର ଜିଲ୍ଲାରେ ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ୍ ଭାବେ ନିଯୁକ୍ତ କରାଯାଇଛି । ସେହିଭଳି ବରଗଡ଼ ଜିଲ୍ଲା ପଦ୍ମପୁର ଉପଜିଲ୍ଲାପାଳ ଆଇଏଏସ୍ ଅରୁଗୁଳା ସ୍ନେହାଙ୍କୁ ମୟୂରଭଞ୍ଜ ଜିଲ୍ଲାର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତି ମିଳିଛି । ତାଳଚେର ସବ୍-କଲେକ୍ଟର ତଥା ୨୦୨୨ ବ୍ୟାଚର ଆଇଏଏସ୍ ସମୀର କୁମାର ଜେନାଙ୍କୁ ଗଞ୍ଜାମ ଜିଲ୍ଲାର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି ହୋଇଛନ୍ତି । ରାଇରଙ୍ଗପୁର ଉପ-ଜିଲ୍ଲାପାଳ ଆଇଏଏସ୍ ସୌମ୍ୟ ରଞ୍ଜନ ପ୍ରଧାନଙ୍କୁ କଳାହାଣ୍ଡି ଜିଲ୍ଲାର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତି ମିଳୁଛି ।