ଓଡ଼ିଆ ନ୍ୟୁଜ୍: ମାଲକାନଗିରି ସୀମାରେ ଆଇଇଡି ବିସ୍ଫୋରଣ । ବିସ୍ଫୋରଣରେ ଆଡିସନାଲ ଏଏସପି ସହିଦ । ଏଏସପି ଆକାଶ ରାଓ ଗିରପୁଞ୍ଜେ । ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଏଏସପି ସହିଦ ହୋଇଥିବା ସୂଚନା ମିଳିଛି । ବିସ୍ଫୋରଣରେ କୋଣ୍ଟା ଥାନା ଅଧିକାରୀ ଗୁରୁତର । ସୁକୁମା ଜିଲ୍ଲା କୋଣ୍ଟା-ଏରାବୋର ରାସ୍ତାରେ ବିସ୍ଫୋରଣ । ପାଦଚଲା ରାସ୍ତା ଦେଇ କମ୍ବିଂ ଅପରେସନ ବାହାରିଥିଲେ ।
ଛତିଶଗଡ଼ର ସୁକମା ଜିଲ୍ଲାର କୋଣ୍ଟା ଅଞ୍ଚଳରେ ନକ୍ସଲମାନଙ୍କ ଦ୍ୱାରା କରାଯାଇଥିବା ଏକ ଆଇଇଡି ବିସ୍ଫୋରଣରେ ଅତିରିକ୍ତ ଏଏସପି ଆକାଶ ରାଓ ଗିରପୁଞ୍ଜେ ସହିଦ ହୋଇଛନ୍ତି ।ଦୁର୍ଘଟଣା ପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା । କିନ୍ତୁ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା। ଆକାଶ ରାଓ ଗିରପୁଞ୍ଜେଙ୍କ ସହିଦ ହେବା ଯୋଗୁଁ ସମଗ୍ର ପୋଲିସ ବିଭାଗରେ ଶୋକର ଛାୟା ଖେଳିଯାଇଛି।ବିସ୍ଫୋରଣରେ କୋଣ୍ଟା ପୋଲିସ ଷ୍ଟେସନ ଇନଚାର୍ଜ ଏବଂ ଏସଡିପିଓ ମଧ୍ୟ ଆହତ ହୋଇଛନ୍ତି ।