ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସନ୍ତାବର୍ଷ ପ୍ରାରମ୍ଭରେ ହେବାକୁ ଥିବା +2 ପରୀକ୍ଷା ପାଇଁ ଏବେଠୁ ଆରମ୍ଭ ହେଲାଣି ପ୍ରସ୍ତୁତି । ନଭେମ୍ବର ୧୫ ସୁଦ୍ଧା ସିସିଟିଭି ଲଗାଇବାକୁ CHSE ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି ସବୁ କିଭଳି କାର୍ଯ୍ୟକ୍ଷମ ହେଉଛି ତା’ ରିପୋର୍ଟ ବି ଦେବାକୁ ମଧ୍ୟ ଚିଠିରେ ଉଲ୍ଲେଖ କରାଯାଇଛି।
୦୨୫ରେ ହେବାକୁ ଥିବା ଯୁକ୍ତ ଦୁଇ ପ୍ରାକ୍ଟିକାଲ ଓ ଥିଓରୀ ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ଫାଇନାଲ୍ ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ତା’ପୂର୍ବରୁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ପରିଷଦ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପରୀକ୍ଷା ସ୍ୱଚ୍ଛ ଓ ସହଜ କରିବାକୁ ପରିଚାଳନା ହବ୍, ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟଙ୍କ ଅଫିସ୍, ଏକଜାମ୍ ହଲ୍ ସହ ସେଲ୍ଫ ଫାଇନାଲିଂ କଲେଜର ସମସ୍ତ ଲାବରେଟୋରିରେ ବି ସିସିଟିଭି ଲଗାଇବାକୁ ବାଧ୍ୟତାମୂଳକ କରାଯାଇଛି।
ଯେଉଁ ଶିକ୍ଷାନୁଷ୍ଠାନ ଧାର୍ଯ୍ୟ ସମୟରେ ନିର୍ଦ୍ଦେଶ ଅନୁପାଳନ ନ କରିବେ ସେଠି ଉଭୟ ଥିଓରୀ ଓ ପ୍ରାକ୍ଟିକାଲ ପରୀକ୍ଷା ବାତିଲ୍ କରାଯିବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କୁ ସୁପାରିଶ କରାଯିବାକୁ ନିଷ୍ପତ୍ତି ହୋଇଛି।
Comments are closed.