ଆଇଆଇଏମ୍ ସମ୍ବଲପୁର କ୍ୟାମ୍ପସ ଲୋକାର୍ପିତ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ସେ ସମ୍ବଲପୁର ଯାଇ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ସମ୍ୱଲପୁର ସ୍ଥିତ ଆଇଆଇଏମ ସ୍ଥାୟୀ କ୍ୟାମ୍ପସର କଲେ ଲୋକାର୍ପଣ । ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳ, ଆଇଟି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଜଳସଂପଦ ରାଷ୍ଟ୍ରମନ୍ତ୍ରୀ ବିଶେଶ୍ବର ଟୁଡୁ, ସମ୍ବଲପୁର ସାଂସଦ ନୀତେଶ ଗଙ୍ଗଦେବ ଓ ଆଇଆଇଏମ୍ ନିର୍ଦେଶକ ପ୍ରଫେସର୍ ମହାଦେବ ଜୟସ୍ବାଲ୍ ପ୍ରମୁଖ ଉପସ୍ଥିତ ଥିଲେ।

ଗତ ୨୦୨୧ରେ କୋଭିଡ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ନିଜେ ଭିଡିଓ କନଫରେନ୍ସିଂ ଜରିଆରେ ଆଇଆଇଏମ୍‌ ସମ୍ବଲପୁରର ନୂତନ କ୍ୟାମ୍ପସ ଶିଳାନ୍ୟାସ କରିଥିଲେ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ପ୍ରଧାନମନ୍ତ୍ରୀ ସବୁବେଳେ କୁହନ୍ତି, ଯେଉଁ ପ୍ରକଳ୍ପକୁ ଆମ ସରକାର ଆରମ୍ଭ କରେ, ସେହି ପ୍ରକଳ୍ପକୁ ଲୋକାର୍ପଣ ମଧ୍ୟ କରେ । ଭାରତ ସରକାରଙ୍କ ଶିକ୍ଷା ବିଭାଗ ଦ୍ୱାରା ପ୍ରାୟ ୪୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଆଇଆଇଏମ୍ ସମ୍ବଲପୁର କ୍ୟାମ୍ପସର ମଧ୍ୟ ଲୋକାର୍ପଣ ହୋଇଛି।
ଏନଟିପିସିର ଦୁଇଟି ପ୍ରକଳ୍ପର ଲୋକାର୍ପଣ ସାଙ୍ଗକୁ ବ୍ରାହ୍ମଣୀ ନଦୀରେ ଦୁଇ ଟିକିଆ ପୋଲର ଉଦ୍ଘାଟନ, ଝାରସୁଗୁଡ଼ାର ପୁରାତନ ପୋଷ୍ଟ ଅଫିସକୁ ଐତିହ୍ୟ ପ୍ରକଳ୍ପ ଭାବେ ଲୋକାର୍ପଣର ବି କରାଯିବ । ଏହା ପରେ ରେମେଡରେ ବିଶାଳ ସାଧାରଣ ସଭାରେ ଯୋଗ ଦେବେ ମୋଦୀ । ଏହି ସମାବେଶର ନାଁ ରହିଛି ‘ବିଶାଳ ଗ୍ୟାରେଂଟି ସମାବେଶ’ । ପଶ୍ଚିମ ଓଡିଶାର ୫ଟି ଲୋକସଭା କ୍ଷେତ୍ରରୁ ଲକ୍ଷେରୁ ଅଧିକ ଲୋକଙ୍କ ସମାଗମ ହେବ । ଏହି ସମାବେଶରେ ସମ୍ବଲପୁର, ବରଗଡ, ସୁନ୍ଦରଗଡ, ବଲାଙ୍ଗିର, କଳାହାଣ୍ଡି ସଂସଦୀୟ କ୍ଷେତ୍ରର ଜନସାଧାରଣ ସାମିଲ ବେବେ ।

Leave A Reply

Your email address will not be published.