ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ପଶ୍ଚିମା ଝଡ଼ର ପ୍ରଭାବରେ ଆଜି ବିଜୁଳି ଘଡ଼ଘଡ଼ି ମାରିବାରେ ସର୍ବକାଳୀନ ରେକର୍ଡ କରିଛି। ଆଜି ଅପରାହ୍ନରେ ଅଧଘଣ୍ଟାରେ ମାରିଛି ୫ ହଜାର ୪ ଶହ ଥର ବିଜୁଳି। ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳରେ ମାରିଛି ୫ ହଜାର ୪ ଶହ ଥର ବିଜୁଳି। ବିଜୁଳି ମାରିବା ନେଇ କେନ୍ଦ୍ର ସରକାରଙ୍କ ‘ଦାମିନୀ’ ଆପରୁ ଜଣାପଡ଼ିଛି। ସେପଟେ ଓଡ଼ିଶାକୁ ଆସୁଛି ଆଉ ଏକ ପଶ୍ଚିମା-ଝଡ଼। ଅପ୍ରେଲ ୨ ତାରିଖ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଏକ ନୂଆ ପଶ୍ଚିମା-ଝଡ଼ ପ୍ରଭାବିତ କରିବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍ ଅନୁସାରେ ଆସନ୍ତାକାଲି ଅର୍ଥାତ ୩୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ୍ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ତେବେ ଘଡ଼ଘଡ଼ି ଓ ବଜ୍ରପାତ ନେଇ କେନ୍ଦୁଝର, ମୟୂରଭଞ୍ଜ,ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
#PressRelease on Moderate thunderstorm activity with lightening, hail and Gusty surface winds over the
districts of Odisha pic.twitter.com/Nz8CDZJXsD— Meteorological Centre, Bhubaneswar (@mcbbsr) March 29, 2023
୩୦ ତାରିଖ ସକାଳ ସାଢ଼େ ୮ଟାରୁ ୩୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୋନପୁର, ବଲାଙ୍ଗିର, ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର, ସୋନପୁର, ସମ୍ୱଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩୧ ତାରିଖ ସକାଳ ସାଢ଼େ ୮ଟାରୁ ଏପ୍ରିଲ୍ ୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କଟକ ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।