୩୦୮୨ ସେଣ୍ଟରରେ ମାଟ୍ରିକ୍ ପରୀକ୍ଷା

0

ଓଡ଼ିଆ ନ୍ୟୁଜ୍: ଏଥର ରାଜ୍ୟର ୩୦୮୨ ସେଣ୍ଟରରେ ହେବ ମାଟ୍ରିକ୍ ପରୀକ୍ଷା।ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ।ପ୍ରଶ୍ନପତ୍ର ରଖିବା ପାଇଁ ୩୨୨ଟି ନୋଡାଲ୍ ସେଣ୍ଟର ରହିଛି। ମାଟ୍ରିକ୍ ପାଇଁ ୫ ଲକ୍ଷ ୬୧ ହଜାର ୯୭୯ ପିଲା ଫର୍ମ ଫିଲ୍‌ ଅପ୍ କରିଛନ୍ତି। ସମସ୍ତ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା କରାଯାଇଛି।ପରୀକ୍ଷା କିପରି ଚାଲିଛି ବୋର୍ଡର କମାଣ୍ଡ କଣ୍ଟ୍ରୋଲ ରୁମ୍‌ରୁ ଦେଖିହେବ।୧୭ ତାରିଖ ଭିତରେ ପ୍ରଶ୍ନପତ୍ର ସବୁ ନୋଡାଲ୍ ସେଣ୍ଟରରେ ପହଞ୍ଚିବ।

ସୂଚନା ଯୋଗ୍ୟ, ପରୀକ୍ଷା ସକାଳ ୯ଟାରୁ ସାଢ଼େ ୧୧ଟା ଯାଏ ହେବ। ଗଣିତ ପରୀକ୍ଷାରେ ଛାତ୍ରୀଛାତ୍ରଙ୍କୁ ଅଧିକ ୧୫ ମିନିଟ ଦିଆଯିବ । ୧୯ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ଯାଏ ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ଦିଆଯାଇଛି।ଫେବ୍ରୁଆରୀ ୧୯ ପ୍ରଥମ ଦିନରେ ଛାତ୍ରୀଛାତ୍ର ମାତୃଭାଷା ପରୀକ୍ଷା ଦେବେ। ୨୧ରେ ଇଂରାଜୀ, ୨୩ରେ ସଂସ୍କୃତ/ ହିନ୍ଦୀ, ୨୫ରେ ବିଜ୍ଞାନ ପରୀକ୍ଷା, ୨୭ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ରହିଛି।

Leave A Reply

Your email address will not be published.