ରଜରେ ମାଟି ସହିତ ହୁଏ ମେଘର ମିଳନ

0

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ସବୁଜ ସୁନ୍ଦର ଆମ ଓଡିଶା। ଏଠି ୧୨ ମାସରେ ୧୩ ପର୍ବ ଆସେ । ଆମ ସ୍ୱର୍ଣ୍ଣିମ ଓଡିଶାର ଜାତୀୟ ପର୍ବ ହେଉଛି ରଜ। ଏହା ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ ।

ପୃଥିବୀ ମାତା ବର୍ଷାର ଆଗମନରେ ରଜସ୍ୱଳା ହୁଏ ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରେ। ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି। ରଜରେ ପୋଡ଼ ପିଠା ଓ ପାନଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ୍‌, ବାଗୁଡ଼ି ଆଦି ଖେଳି ସହିତ ଏହା ପାଳନ କରାଯାଏ।ଆଷାଢ ମାସକୁ ଚତୁର୍ମାସ୍ୟା ବ୍ରତର ପ୍ରଥମ ମାସ ଭାବେ ଧରାଯାଏ। ଏ ଚାରି ମାସ ମୁନି ଋଷି ଓ ସାଧବମାନେ ସେମାନଙ୍କ ପରିଭ୍ରମଣ ତ୍ୟାଗ କରି ଗୋଟିଏ ସ୍ଥାନରେ ରହି ସାଧନା କରିଥାନ୍ତି।

ଏହି ମାସକୁ ଦାମ୍ପତ୍ୟ ଜୀବନର ସର୍ବଶ୍ରେଷ୍ଠ ମାସ ବୋଲି ଗ୍ରହଣ କରାଯାଏ। ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ। ମାଟି ମା’ ରଜସ୍ୱଳା ହୁଏ। କୃଷିପ୍ରଧାନ ଦେଶଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା’ ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ। ମା’ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା’କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ।

Leave A Reply

Your email address will not be published.