ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଚିବ ବର୍ଷା, ଏହିସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

0

ଓଡ଼ିଆ ନ୍ୟୁଜ (ବ୍ୟୁରୋ) : ବର୍ତ୍ତମାନ ଘୂର୍ଣ୍ଣିବଳୟ ଗାଙ୍ଗେୟ- ପଶ୍ଚିମବଙ୍ଗ ଉପତ୍ୟକା ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା ଅଞ୍ଚଳରେ ବାୟୁମଣ୍ଡଳର ୧.୫ ରୁ ୭.୬ କିଲୋମିଟର ଉଚ୍ଚତା ମଧ୍ୟରେ ସକ୍ରିୟ ରହିଛି। ଏଥିସହ ମୌସୁମୀ ନିମ୍ନ ଚାପ ରେଖା ଆଜି (ଗୁରୁବାର) ରାଜସ୍ଥାନର ବିକାନରରୁ ବାହାରି, କୋଟା, ରାଇସେନ, ମାଣ୍ଡଲା, ଅମ୍ବିକାପୁର, ଦେଇ ଓଡ଼ିଶାର ବାଲେଶ୍ୱରରୁ ପୂର୍ବ-ଦକ୍ଷିଣ ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଅନ୍ୟପକ୍ଷରେ ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବାର ସମ୍ଭାବନା ରହିଛି।

ପଶ୍ଚିମ ଓଡ଼ିଶା ତଥା ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୭ ଜୁଲାଇ, ଶୁକ୍ରବାର ଅପରାହ୍ନ ସୁଦ୍ଧା ପଶ୍ଚିମ ଓଡ଼ିଶାରୁ ଆରମ୍ଭ କରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ପଶ୍ଚିମ ଓଡ଼ିଶାର ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, ଦକ୍ଷିଣ ଓଡ଼ିଶାର କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ପ୍ରଭୃତି ୨୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସମୟ ମଧ୍ୟରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ମେଘାଛନ୍ନ ରହିବା ସହ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Leave A Reply

Your email address will not be published.