ଜାନୁଆରୀ ୨୨ରେ ରାମ ମନ୍ଦିର ପ୍ରତିଷ୍ଠା

0

ଓଡ଼ିଆ ନ୍ୟୁଜ, (ବ୍ୟୁରୋ):  ୨୦୨୪ ଜାନୁଆରୀ ୨୨ରେ ଅଯୋଧ୍ୟାର ଶ୍ରୀରାମ ମନ୍ଦିରର ପ୍ରତିଷ୍ଠା ହେବ । ଏହି ଉସôବରେ ନିଜେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭଗବାନ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉସôବରେ ସାମିଲ ହେବାକୁ ସମ୍ମତି ଜଣାଇଛନ୍ତି । ମନ୍ଦିର ଟ୍ରଷ୍ଟ ପକ୍ଷରୁ ତାଙ୍କୁ ନିମନ୍ତ୍ରଣ କରାଯାଇଛି । ଏହି ଉସôବରେ ୪ ହଜାର ସାଧୁସନ୍ଥ ଓ ୨୫ଶହ ବିଶିଷ୍ଟ ବ୍ୟକ୍ତି ମଧ୍ୟ ଉପସ୍ଥିତ ରହିବେ ।

ମକର ସଂକ୍ରାନ୍ତିରୁ ଆରମ୍ଭ ହୋଇ ଏହା ୧୦ଦିନ ଧରି ଚାଲିବ । ଜାନୁଆରୀ ୨୨ରେ ଅଯୋଧ୍ୟା ରାମ ମନ୍ଦିରର ଉଦଘାଟନ । ଭବ୍ୟ ରାମ ମନ୍ଦିରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦୀ । ୨୨ ଜାନୁଆରୀ ୨୦୨୪ ସବୁଦିନ ପାଇଁ ଇତିହାସ ପୃଷ୍ଠାରେ ଲିପିବଦ୍ଧ ହେବାକୁ ଯାଉଛି । ଏହି ଦିନ ଅଯୋଧ୍ୟାରେ ନିର୍ମାଣ ହେଉଥିବା ଭବ୍ୟ ଓ ଦିବ୍ୟ ମନ୍ଦିରରେ ହେବ ଭଗବାନ ରାମଙ୍କ ପ୍ରାଣ ପ୍ରତିଷ୍ଠା । ୨୨ତାରିଖ ଦିନ ୧୨ଟା ୩୦ରେ ଉଦଘାଟନ କାର୍ଯ୍ୟକ୍ରମ ସ୍ଥିର ହୋଇଛି ।

ବର୍ତମାନ ମନ୍ଦିରର ନିର୍ମାଣ କାମ ଜୋରସୋରରେ ଆଗେଇ ଚାଲିଛି । ଡିସେମ୍ବର ସୁଦ୍ଧା ନିର୍ମାଣ କାମ ସାରିବାକୁ ଲକ୍ଷ୍ୟ ରଖିଛି ଟ୍ରଷ୍ଟ । ୨୦୨୦ ଅଗଷ୍ଟ ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଯୋଧ୍ୟା ରାମ ମନ୍ଦିରର ଶିଳାନ୍ୟାସ କରିଥିଲେ ।

Leave A Reply

Your email address will not be published.