ବଢ଼ିଲା ବୁଣାକାର ଶ୍ରମିକଙ୍କ ଭତ୍ତା

0

ଓଡ଼ିଆ ନ୍ୟୁଜ୍: ବଢିଲା ବୁଣାକାର ଶ୍ରମିକଙ୍କ ଭତ୍ତା। ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତା ୬ ହଜାରକୁ ବୃଦ୍ଧି ହୋଇଥିବାବେଳେ ମହିଳା ବୁଣାକାର ଶ୍ରମିକଙ୍କ ଭତ୍ତା ୭ ହଜାରକୁ ବୃଦ୍ଧି ହୋଇଛି।ଆଜି ଲୋକସେବା ଭବନରେ ଆୟୋଜିତ ହୋଇଥିବା ଓଡ଼ିଶା ଟେକ୍ସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ୬ଟି ଟେକ୍ସଟାଇଲ ପାର୍କର ମଧ୍ୟ ଉଦ୍ଘାଟନ କରିଛନ୍ତି। ବଲାଙ୍ଗୀର, ଜଗତସିଂହପୁର, କେନ୍ଦୁଝର, ସମ୍ବଲପୁର, କଟକ ଏବଂ ଗଞ୍ଜାମ ଜିଲାରେ ଟେକ୍ସଟାଇଲ ପାର୍କ ଉଦ୍ଘାଟିତ ହୋଇଛି।

ରାଜ୍ୟରେ ୧୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆଶା ରହିଥିବାବେଳେ ୨୫ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟିର ମଧ୍ୟ ସମ୍ଭାବନା ରହିଛି। ବୟନ କ୍ଷେତ୍ରରେ ୫ ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟି ଆମର ଲକ୍ଷ୍ୟ ରହିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାର ବସ୍ତ୍ର ପୂରା ଦେଶରେ ପହଞ୍ଚାଇବାକୁ ହେବ। ଏନେଇ ୩୩ ଏମଓୟୁ ସ୍ବାକ୍ଷରିତ, ହୋଇଛି। ୭୮୦୮ କୋଟି ଟଙ୍କାର ପୁଞ୍ଜିନିବେଶ କରାଯାଇଛି।

Leave A Reply

Your email address will not be published.