ବଢୁଛି କରୋନା: ୨୪ ଘଣ୍ଟାରେ ୧୭,୦୭୩ ନୂଆ କରୋନା ସଂକ୍ରମିତ ଚିହ୍ନଟ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଭୟ ଦେଖାଉଛି କରୋନା । ଦିନକୁ ଦିନ ତାର କାୟା ମେଲାଇବାରେ ଲାଗିଛି । ଦେଶରେ ଆଜି ପୁଣି ବୃଦ୍ଧି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଆଉ ୧୭,୦୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୪,୦୭,୦୪୬କୁ ବୃଦ୍ଧି ପାଇଛି। ସେହିପରି ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୫,୦୨୦ରେ ପହଞ୍ଚିଛି। ମୃତ୍ୟୁ ହାର ୧.୨୧%। ଆଉ ୧୫,୨୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୨୭,୮୭,୬୦୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୫୭%। ୯୪,୪୨୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୨୨%।

ଦିନକ ପୂର୍ବରୁ ୩,୦୩,୬୦୪ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୬,୧୦,୧୫,୬୮୩ ନମୁନା ପରୀକ୍ଷା କରାଯାଇଛି। ଦିନକ ଆଗରୁ ୨,୪୯,୬୪୬ ଟିକା ନେଇଥିବା ବେଳେ ମୋଟ ୧,୯୭,୧୧,୯୧,୩୨୯ ଟିକାକରଣ କରାଯାଇଛି। ଆଜି ପୂର୍ବାହ୍ନ ସୁଦ୍ଧା ୨,୩୪,୫୦୩ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି। ତେଣୁ କରୋନାକୁ ଦୃଷ୍ଟିରେ ରଖି ସତର୍କ ରହିବା ସହ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ ।

Leave A Reply

Your email address will not be published.