ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ

0

ଓଡ଼ିଆ ନ୍ୟୁଜ୍:ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ । ଦିଲ୍ଲୀରୁ ପଲ୍ଲୀ ସବୁଠି ସ୍ୱତନ୍ତ୍ରତାର ଦିନକୁ ନେଇ ଉତ୍ସାହର ମାହୋଲ । ପିଲାଠୁ ବୁଢା ସଭିଏଁ ଦେଶପ୍ରେମରେ ମସଗୁଲ । ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଲଗାତାର ୧୨ଥର ପାଇଁ ସ୍ୱାଧୀନତା ଦିବସରେ ପତାକା ଉତ୍ତୋଳନ ସହ ରାଷ୍ଟ୍ର ଉଦେଶ୍ୟରେ ଅଭିଭାଷଣ ରଖିଛନ୍ତି ପ୍ରଧାନମନ୍ତ୍ରୀ । ଏହା ପୂର୍ବରୁ ରାଜଘାଟ ଯାଇ ମହାତ୍ମାଗାନ୍ଧିଙ୍କ ସମାଧି ପୀଠରେ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ନମୋ । ଏଥର, ସାରା ଦେଶରୁ ମନୋନୀତ ୨୬ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୫ଟି ଗାଁର ସରପଞ୍ଚଙ୍କୁ ଉତ୍ସବରେ ବିଶେଷ ଅତିଥି ଭାବରେ ନିମନ୍ତ୍ରଣ କରାଯାଇଛି ।

Leave A Reply

Your email address will not be published.