ଉପରମୁହାଁ କରୋନା ଗ୍ରାଫ୍: ୨୪ ଘଣ୍ଟାରେ ୨୦. ୫୨୮ ପଜିଟିଭ୍ ଚିହ୍ନଟ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ସାରା ଦେଶରେ ବଢୁଛି କରୋନା ଗ୍ରାଫ୍ । ସଂକ୍ରମିତଙ୍କୁ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୨୦,୫୨୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୪୯ ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୧ଲକ୍ଷ ୪୩ହଜାର ଟପିଲାଣି ମୋଟ୍ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ।

ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ୧,୪୩,୪୪୯ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର ମଧ୍ୟ ବୃଦ୍ଧି ପାଉଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍ ୫ଲକ୍ଷ ୨୫ ହଜାର ୭୦୯ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ କରୋନା ସଂକ୍ରମଣକୁ ବୃଷ୍ଟିରେ ରଖି ଟିକାକରଣକୁ ଜୋରଦାର କରାଯାଇଛି । ସମସ୍ତେ କିପରି ଟିକା ନେଇପାରିବେ ସେ ନେଇ ବ୍ୟବସ୍ଥା କରାଯାଉଛି ।

 

Leave A Reply

Your email address will not be published.