ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ପୁଣି ମୈଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ୱେଷ୍ଟଇଣ୍ଡିଜ ଠାରୁ ଟି-୨୦ ସିରିଜ ହାରିବା ପରେ ଆଜି ଭାରତୀୟ ଦଳ ଆୟରଲାଣ୍ଡ ସହ ପ୍ରଥମ ଟି-୨୦ ମ୍ୟାଚ ଖେଳିବ । ଆୟରଲାଣ୍ଡ ସହ ଭାରତ ୩ଟି ଟି-୨୦ ମ୍ୟାଚର ସିରିଜ ଖେଳିବ । ଡଲବିନରେ ଆଜି ହେବାକୁ ଥିବା ପ୍ରଥମ ମ୍ୟାଚରେ ଯଶପ୍ରୀତ ବୁମରାଙ୍କ ନେତୃତ୍ୱରେ ପଡିଆକୁ ଓହ୍ଲାଇବ ଟିମ ଇଣ୍ଡିଆ ।
ଆୟରଲାଣ୍ଡ ବିପ କ୍ଷ ଟି-୨୦ ସିରିଜରେ ଟିମ ଇଣ୍ଡିଆର ଯୁବ ବାହିନୀଙ୍କୁ ଦେଖିବାକୁ ମିଳିବ । ଦଳର ସବୁ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଥିବାରୁ ଯୁବ ବାହିନୀଙ୍କ କାନ୍ଧରେ ଗୁରୁ ଦାୟିତ୍ୱ ରହିଛି । ଆହତ କାରଣରୁ ଦୀର୍ଘ ୧୧ ମାସ ଧରି ପଡିଆ ବାହାରେ ରହିବା ପରେ ବୁମରା ଭାରତର ନେତୃତ୍ୱ ନେଇ ଫେରିବାକୁ ଯାଉଥିବାରୁ ତାଙ୍କ ଉପରେ ସମସ୍ତଙ୍କ ନଜର ରହିଛି ।