ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗତକାଲି ସକାଳ ୬ ଘଟିକା ରୁ ୮ ଘଟିକା ପର୍ଯ୍ୟନ୍ତ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ସଭାପତି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ଛେଣ୍ଡିପଦା ବିଧାୟକ ଶ୍ରୀଯୁକ୍ତ ଅଗସ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନ୍ତର୍ଜାତୀୟ ଯୋଗ ଦିବସରେ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ ।

ପରେ ପରେ ଯୋଗଗୁରୁ ଶ୍ରୀ ଘନଶ୍ୟାମ ବେହେରା ଯୋଗାଭ୍ୟାସ କରିବା ସହ ଶପଥ ପାଠ କରାଇଥିଲେ । ମଞ୍ଚାସୀନ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ବେହେରା ତାଙ୍କ ବକ୍ତବ୍ୟରେ କହିଥିଲେ ଯେ, ଶରୀରକୁ ସୁସ୍ଥ ରଖିବାକୁ ହେଲେ ପ୍ରତିଦିନ ଯୋଗ ବ୍ୟାୟାମ କରିବା ଆବଶ୍ୟକ । ଯୋଗ କରିବା ଦ୍ଵାରା ମନ ପ୍ରଫୁଲ୍ଲିତ ରୁହେ । ତାହାର ସୁପ୍ରଭାବ ଶରୀର ଉପରେ ପଡେ । ନିୟମିତ ବ୍ୟାୟାମ କଲେ ଶରୀରରେ ରକ୍ତ ସଞ୍ଚାଳନ ହୁଏ ‌। କାର୍ଯ୍ୟକ୍ରମରେ ବରେଣ୍ୟ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ଅନୁପମା ଜେମସ୍, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଧର୍ମାନନ୍ଦ ବେହେରା, ଉପଜିଲ୍ଲାପାଳ ପରକ୍ଷିତ ସାହୁ, ଯୋଗଗୁରୁ ଶ୍ରୀ ଘନଶ୍ୟାମ ବେହେରା ମଞ୍ଚାସୀନ ଥିଲେ ।

ଅନିତା ନାୟକ, ରଜନୀ କୁଅଁର, କିତ୍ତୀ ସୋରେନ୍, ଚିନୁ ଅଶାନ୍ତ ଓ ନମିତା ନାୟକଙ୍କୁ ଅତିଥି ମାନଙ୍କ ଦ୍ଵାରା ମାନପତ୍ର ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, କର୍ମଚାରୀ, ଛାତ୍ରଛାତ୍ରୀ, ସାମ୍ବାଦିକ, ସମାଜସେବୀ, ବିଭିନ୍ନ ଅନୁଷ୍ଠାନର କର୍ମକତ୍ତା, ବୁଦ୍ଧିଜୀବି ଓ ବହୁ ସଂଖ୍ୟାରେ ଜନସାଧାରଣ ପ୍ରମୁଖ ଉପସ୍ଥିତ ଥିଲେ ‌। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର ପ୍ରାରମ୍ଭିକ ସୂଚନା ଓ ଧନ୍ୟବାଦ ଅର୍ପଣ କରିଥିଲେ ‌ |

Leave A Reply

Your email address will not be published.