ଭଦ୍ରକରେ ଆଉ ୧୨ ଘଣ୍ଟା ଇଣ୍ଟରନେଟ୍‌ ବନ୍ଦ

0

ଓଡ଼ିଆ ନ୍ୟୁଜ୍: ଭଦ୍ରକରେ ଆଉ ୧୨ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ।ସଂଘବଦ୍ଧ ଆକ୍ରମଣରେ ଭଦ୍ରକ ଜିଲା ତିହିଡି ବ୍ଲକ କଷଟି ଗ୍ରାମର ଗୋ ରକ୍ଷକ ସନ୍ତୋଷ ପରିଡାଙ୍କ ମୃତ୍ୟୁ ପରେ ଉତ୍ତେଜନା ଆଶଙ୍କା କରି ଜିଲାର ୫ଟି ସ୍ଥାନରେ ଗୁରୁବାର ସକାଳ ୬ରୁ ଶୁକ୍ରବାର ସକାଳ ୬ ଟା ପର୍ଯ୍ୟନ୍ତ ୨୪ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ କରାଯାଇଥିଲା। ଏହାକୁ ଆଉ ୧୨ ଘଣ୍ଟା ବୃଦ୍ଧି କରାଯାଇ ଶୁକ୍ରବାର ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ବନ୍ଦ ରଖା ଯାଇଛି। ଜିଲାର ଭଦ୍ରକ ବ୍ଲକ, ପୌର ପାଳିକା, ଧାମନଗର ଏନ ଏ ସି ଓ ବ୍ଲକ, ତିହିଡି ବ୍ଲକ ଏହି ୫ ସ୍ଥାନରେ ଇଣ୍ଟେର୍ନେଟ ସେବା ବନ୍ଦ କରାଯାଇଛି।

ଗୁରୁବାର ଅପରାହ୍ନ ୫ ଟାରେ ସନ୍ତୋଷଙ୍କ ମୃତଦେହ ଭଦ୍ରକରେ ପହଞ୍ଚିବା ପରେ ବହୁ ସଂଖ୍ୟାରେ ଲୋକେ ମୃତଦେହ ଅଟକାଇ ନେହେରୁ ଷ୍ଟାଡିଅମ ନିକଟରେ ୧୬ ନଂ ଜାତୀୟ ରାଜପଥ ଓ ସର୍ଭିସ ରୋଡ଼ ଅବରୋଧ କରିଥିଲେ। ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ ପାଇଁ ଅଡ଼ି ବସିଥିଲେ। ଏମପି ଅଭିମନ୍ୟୁ ସେଠୀ, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର, ଡିଆଇଜି ସତ୍ୟଜିତ ନାୟକ, ଜିଲାପାଳ ଦିଲ୍ଲୀପ ରାଉତରାଏ, ଏସପି ମନୋଜ ରାଉତ ପହଂଚି ଆଲୋଚନା କରି ସହାୟତା ରାଶି ବୃଦ୍ଧି କରିବା ପାଇଁ ପ୍ରତିଶୃତି ପ୍ରଦାନ ପରେ ରାସ୍ତା ଅବରୋଧ ହଟିଥିଲା।

Leave A Reply

Your email address will not be published.