ଓଡ଼ିଆ ନ୍ୟୁଜ୍: ଆଜି ଫାଇନାଲ ମୁକାବିଲା । ଗୁଜୁରାଟ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ମୁହାଁମୁହିଁ ହେବେ ପଞ୍ଜାବ କିଙ୍ଗସ୍ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ । ୩ ବର୍ଷ ପରେ ଆଇପିଏଲରେ ମିଳିବ ନୂଆ ଚାମ୍ପିଆନ । ସନ୍ଧ୍ୟା ୭ଟା ୩୦ରେ ଆରମ୍ଭ ହେବ ମହାମୁକାବିଲା । ଯିଏ ବି ଜିତିଲେ ହେବେ ନୂଆ ଚାମ୍ପିଅନ୍ ।
୧୭ଟି ସିଜିନରୁ ଗୋଟିଏ ଥର ବି ଟ୍ରଫି ଜିତିପାରିନଥିବା ଦୁଇ ଦଳ ଏଥର ଫାଇନାଲରେ ପ୍ରବେଶ କରିଛନ୍ତି । ପୂର୍ବରୁ ଉଭୟ ଦଳ ଫାଇନାଲକୁ ଯାଇଥିଲେ ମଧ୍ୟ ରନର୍ସଅପରେ ସନ୍ତୁଷ୍ଟ ହୋଇଥିଲେ । ତେଣୁ ପ୍ରଥମ ଆଇପିଏଲ ଟ୍ରଫି ଜିତିବାକୁ ଜୋର୍ ଲଗାଇଦେବେ ଉଭୟ ଦଳ । କ୍ୱାଲିଫାୟର-୧ ଲଢ଼େଇରେ ଆରସିବିଠାରୁ ଲଜ୍ଜାଜନକ ପରାଜୟ ବରଣ କରିଥିଲା ପଞ୍ଜାବ । ମାତ୍ର ୧୦୧ ରନ୍ରେ ଅଲ୍ଆଉଟ୍ ହୋଇଥିଲା ଦଳ ।