୧୫ IPS ଅଫିସରଙ୍କୁ ୧୭ଟି ଜିଲ୍ଲାର ସ୍ୱତନ୍ତ୍ର ନିରୀକ୍ଷଣ ଦାୟିତ୍ୱ

0

ଓଡ଼ିଆ ନ୍ୟୁଜ୍: ୧୫ IPS ଅଫିସରଙ୍କୁ ୧୭ଟି ଜିଲ୍ଲାର ସ୍ୱତନ୍ତ୍ର ନିରୀକ୍ଷଣ ଓ ତଦାରଖ ଦାୟିତ୍ୱ। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ଦାୟିତ୍ୱ। ସ୍ପେଶାଲ ଅପରେସନ୍ ଏଡିଜି ସଞ୍ଜୀବ ପଣ୍ଡାଙ୍କୁ କୋରାପୁଟ ଓ ରାୟଗଡ଼ା ଦାୟିତ୍ୱ। ଅନ୍ୟ ୧୩ ଆଇପିଏସ ଅଫିସରଙ୍କୁ ଗୋଟିଏ ଲେଖାଏଁ ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ। ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଜଗତସିଂହପୁର ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ। ରେଳବାଇ ଏଡିଜି ଅରୁଣ ବୋଥ୍ରାଙ୍କୁ ଅନୁଗୁଳ ଜିଲ୍ଲା ତଦାରଖ ଦାୟିତ୍ୱ। ଆଇନ ଓ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାରଙ୍କୁ ସମ୍ବଲପୁର ଜିଲ୍ଲା ଦାୟିତ୍ୱ।ଏଡିଜି ରାଜେଶ କୁମାରଙ୍କୁ ନୟାଗଡ଼, ଏଡିଜି ପ୍ରତୀକ ମହାନ୍ତିଙ୍କୁ ଯାଜପୁର।

ଏଡିଜି ଯତୀନ୍ଦ୍ର କୋଏଲଙ୍କୁ କଳାହାଣ୍ଡି, ଏଡିଜି ଏସ୍‌. ସାଇନିଙ୍କୁ ବଲାଙ୍ଗୀର। ଆଇଜି ଏସ୍‌.ପ୍ରବୀଣ କୁମାରଙ୍କୁ କନ୍ଧମାଳ, ଆଇଜି ଦୀପକ କୁମାରଙ୍କୁ ମାଲକାନଗିରି। ଅନୁପ ସାହୁ ପୁରୀ, ଅବିନାଶ କୁମାର ମୟୂରଭଞ୍ଜ ଓ ସାର୍ଥକ ଷଡ଼ଙ୍ଗୀ କେନ୍ଦ୍ରାପଡ଼ା।ଆଇଜି ଗଜଭିୟେ ସତୀଶ କୁମାର ଈଶ୍ୱରଦାସଙ୍କୁ ଢେଙ୍କାନାଳ ଜିଲ୍ଲା ଦାୟିତ୍ୱ। ଆସନ୍ତା ଜୁଲାଇରୁ ସମୀକ୍ଷା ଓ ଯାଞ୍ଚ ପାଇଁ ଆଇପିଏସ୍ ଅଫିସରଙ୍କୁ ନିର୍ଦ୍ଦେଶ। ନିରୀକ୍ଷଣ ଶେଷର ୧୫ ଦିନ ମଧ୍ୟରେ ରିପୋର୍ଟ ଦାଖଲ ବାଧ୍ୟତାମୂଳକ।ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ରାଜ୍ୟ ପୁଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ।

Leave A Reply

Your email address will not be published.