କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାର ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ମେରିଟ୍ ଲିଷ୍ଟ ଆଧାରରେ ଶିକ୍ଷକ ନିଯୁକ୍ତି କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଓସେପା ମେରିଟ୍‌‌ ଲିଷ୍ଟକୁ କାଏମ ରଖିଲେ ହାଇକୋର୍ଟ।

ସୂଚନା ଅନୁସାରେ ଜିଲ୍ଲାୱାରୀ କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଏକାଧିକ ଅପିଲ୍‌‌ ହୋଇଥିଲା। ଯାହାର ଶୁଣାଣି କରି ହାଇକୋର୍ଟ ରାୟ ପ୍ରକାଶ କରିଛନ୍ତି। ମେରିଟ୍‌‌ ଲିଷ୍ଟ ସହ ପ୍ରିଫରେନ୍ସକୁ ଗୁରୁତ୍ୱ ଦେଇ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

ଆଜି ଦୁଇ ଜଣିଆ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି।ସୂଚନା ଅନୁସାରେ, କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ନେଇ ପୂର୍ବରୁ ହାଇକୋର୍ଟରେ ମାମଲା ବିଚରଧୀନ ଥିଲା । ଅନେକ ଆଶାୟୀ ଏହି ରାୟକୁ ଅପେକ୍ଷା କରି ରହିଥିଲେ ।

Leave A Reply

Your email address will not be published.