ଗତକାଲିଠାରୁ ହୋଇପାରେ ବର୍ଷା! , ୟେଲୋ ୱାର୍ଣିଂ ଜାରି

0

ଆସନ୍ତା କାଲି ଅର୍ଥାତ୍ ଗୁରୁବାରଠାରୁ ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ମାଧ୍ୟମ ଧରଣର ବୃଷ୍ଟିପାତ ହେବାର ସମ୍ଭାବନା ରହିଛି। ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।  ବଙ୍ଗୋପସାଗର ମଧ୍ୟରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ମାତ୍ରାଧିକ ଉଷ୍ମ ଜଳୀୟ ବାଷ୍ପର ପ୍ରଭାବରେ ଗୁରୁବାର ଓ ଶୁକ୍ରବାର ଓଡ଼ିଶାରେ କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଠିକ୍‌ ସେହିପରି ୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ସକାଳ ସାଢ଼େ ୮ଟା ଭିତରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ସମେତ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Leave A Reply

Your email address will not be published.