ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଗାମୀ ୩ ଘଣ୍ଟା ପାଇଁ ଭୁବନେଶ୍ୱରରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା ଜିଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେପଟେ ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ କ୍ଷେତ୍ର । ପୂର୍ବ କେନ୍ଦ୍ରୀୟ ଓ ସନ୍ନିକଟ ଉତ୍ତର ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।
ଆଗାମୀ ୨ ଦିନରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଆଡକୁ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ସତର୍କ କରାଇଛି ପାଣିପାଗ ବିଭାଗ । ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ପାଇଁ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଜାରି ହୋଇଛି ଅତି ପ୍ରବଳ ବର୍ଷା ସତର୍କତା ବା ଅରେଞ୍ଜ ୱାର୍ଣ୍ଣିଂ । ଆସନ୍ତା ୩୦ ଓ ୩୧ ତାରିଖରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
Comments are closed.