୩ ଯାଏଁ ଜିଲ୍ଲାରେ ପ୍ରବଳ ବର୍ଷିବ; ୱାର୍ଣ୍ଣିଂ ଜାରି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆଜି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।  ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଗତକାଲି ସକାଳଠାରୁ ଆଜି ପୂର୍ବାହ୍ନ ମଧ୍ୟରେ ଜଗତ୍‌ସିଂହପୁର ଜିଲ୍ଲାର କୁଜଙ୍ଗରେ ସର୍ବାଧିକ ୧୧୦ ମିମି ବର୍ଷା ରେକର୍ଡ କରାଯାଇଛି।

ବାଲେଶ୍ବର, ଭୁବନେଶ୍ବର, କଟକ, ବଲାଙ୍ଗୀର, ମାଲକାନଗିରି, ଖୋର୍ଦ୍ଧା, ଢେଙ୍କାନାଳ, ରାଉରକେଲା, ବାରିପଦା, ହୀରାକୁଦ ପ୍ରଭୃତି ସହରରେ ଆଜି ସକାଳଠାରୁ ବର୍ଷା ହେଉଛି। ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗିରହିବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ତାରିଖ ଯାଏ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ୧ ତାରିଖ ଗୁରୁବାର ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର,କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨ ତାରିଖ ଶୁକ୍ରବାର ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.