ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ଓ ବିସ୍ତୃତି। ଆଗାମୀ ୫ ଦିନ ଯାଏଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବ। ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଶନିବାର ଠାରୁ ବର୍ଷା ପରିମାଣ ବଢ଼ିବ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ କାଳବୈଶାଖୀ ସହ ବର୍ଷା ହୋଇପାରେ। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି। ୧୫ ତାରିଖରେ ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ କେନ୍ଦ୍ର।
ତେବେ ଏହି ସବୁ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୂଚନାଯୋଗ୍ୟ,ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ହେଲେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।