ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ। ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଛାତ୍ରଛାତ୍ରୀଙ୍କୁ ସୁଯୋଗ ମିଳିବ। ଅର୍ଥାତ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ। ଆଜି ପ୍ରେସମିଟରେ ଏହି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଥିବା ସେ କହିଛନ୍ତି। ଏନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ନୂଆ ଗାଇଡଲାଇନ୍ ଜାରି କରିଛନ୍ତି ।
ଏନେଇ ପ୍ରେସମିଟ କରି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ଯେଉଁମାନେ ଯୁକ୍ତ ୩ ନାମଲେଖାର ପ୍ରଥମ ପର୍ଯ୍ୟାୟରେ କୌଣସି କାରଣ ଯୋଗୁଁ ନାମ ଲେଖାରୁ ବଞ୍ଚିତ ହୋଇଛନ୍ତି ତାହାଲେ ସେମାନଙ୍କୁ ୨ୟ ପର୍ଯ୍ୟାୟ ପାଇଁ ସୁଯୋଗ ମିଳିବ । ଗତକାଲି ଠାରୁ ଏଥିପାଇଁ ପୋଟାର୍ଲ ଖୋଲି ଦିଆଯାଇଛି । ୨ୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ବଞ୍ଚିତ ଛାତ୍ରଛାତ୍ରୀ ଏଥିରେ ଭାଗ ନେଇପାରିବେ । ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ବିଭାଗ ଏପରି ନିଷ୍ପତ୍ତି ନେଇଥିବା କହିଛନ୍ତି ମନ୍ତ୍ରୀ । ଏନେଇ ୱେବସାଇଟ୍ ଆଉଥରେ ଖୋଲାଯାଇଛି । ଆସନ୍ତାବର୍ଷଠୁ ଏହି ନିୟମକୁ କଡ଼ାକଡ଼ି ପାଳନ କରାଯିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ । ୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ ତିନି ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା ଗତ ୧୨ ତାରିଖରୁ ଆରମ୍ଭ ହୋଇଛି।
ଏହି ପ୍ରକ୍ରିୟା ଆସନ୍ତା ୨୬ ତାରିଖ ଯାଏ ଚାଲିବ। ଏନେଇ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ଏହି ନିୟମରେ ସଂଶୋଧନ କରାଯାଇଛି। ଫଳରେ ଯେଉଁମାନେ ପ୍ରଥମ ପର୍ଯ୍ୟାୟରେ ଚଏସ୍ ଲକିଂ କରି ସାରିଛନ୍ତି, ସେମାନଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ସୁଯୋଗ ଗତକାଲିଠୁ ଦିଆଯାଇଛି। ଏଥିପାଇଁ ସରକାରଙ୍କ ୱେବସାଇଟ୍ ଖୋଲି ଦିଆଯାଇଛି। ଏହା ପିଲାଙ୍କ ଭବିଷ୍ୟତ ନିର୍ଦ୍ଧାରଣରେ ସହାୟକ ହେବ ବୋଲି ବିଚାର କରି ଏପରି ପଦକ୍ଷେପ ନିଆଯାଇଛି।
Comments are closed.