ସଭାପତି ଡାକିଥିଲେ ଆଲୋଚନା କଲି: ଜଗନ୍ନାଥ ପ୍ରଧାନ

0

ଓଡ଼ିଆ ନ୍ୟୁଜ୍: ବିଜେପି ପାର୍ଟି ଅଫିସ୍‌ରୁ ବାହାରିବା ପରେ ଜଗନ୍ନାଥ ପ୍ରଧାନଙ୍କ ପ୍ରତିକ୍ରିୟା‘ରାଜ୍ୟ ସଭାପତି ଡାକିଥିଲେ, ଆଲୋଚନା କଲି, ଘରକୁ ଯାଉଛି’। ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲ ଡାକିଥିଲେ। ସେଥି ପାଇଁ ବିଜେପି ମୁଖ୍ୟ କାର୍ଯ୍ୟାଳୟକୁ ଆସିଥିଲି। ରାଜ୍ୟ ସଭାପତିଙ୍କ ସହିତ କଥା ହେଲି। ତାଙ୍କର ସହିତ ମୋର ଆଲୋଚନା ହୋଇଛି। ଯେମିତି ଗୋଟେ ପରିବାରରେ ଆଲୋଚନା ହୁଏ, ସେହିଭଳି ଆଲୋଚନା ହୋଇଛି। ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଆଜି ରାତିରେ ଗଣମାଧ୍ୟମକୁ ଏହି ପ୍ରତିକ୍ରିୟା ଦେଇଛନ୍ତି। ତେବେ ଜଗା ପ୍ରଧାନ ଦଳୀୟ ନେତୃତ୍ବଙ୍କ ସହିତ କ’ଣ କଥା ହେଲେ ସେନେଇ ମୁହଁ ଖୋଲି ନାହାନ୍ତି।

ମନମୋହନ ସାମଲ କହିଛନ୍ତି, ବିଏମ୍‌ସି କାର୍ଯ୍ୟାଳୟରେ ଆକ୍ରମଣ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବେ। ରାଜ୍ୟ ସରକାର ସେବିଷୟରେ ଚନ୍ତା କରୁଛନ୍ତି। ଆମେ ଜଗନ୍ନାଥ ପ୍ରଧାନଙ୍କୁ ଆଲୋଚନା ପାଇଁ ଡାକିଥିଲୁ। ଦଳର ଆଭ୍ୟନ୍ତରୀଣ କଥା ଗଣମାଧ୍ୟମ ଆ‌ଗରେ କହିବା ଠିକ୍‌ ହେବ ନାହିଁ। ଭୁବନେଶ୍ବର (ଏକାମ୍ର) ବିଧାୟକ ବାବୁ ସିଂ କହିଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ ଓ ଜଗନ୍ନାଥ ପ୍ରଧାନ କଥା ହୋଇଛନ୍ତି। ଆମେ ବାହାରେ ବସିଥିଲୁ। ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ମାଡ଼ ମରାଯିବା ଘଟାକୁ ଆମେ ନିନ୍ଦା କରୁଛୁ।

Leave A Reply

Your email address will not be published.