ଆଇନକୁ ସମ୍ମାନ ଦେଉଛି: ଜଗନ୍ନାଥ

0

ଓଡ଼ିଆ ନ୍ୟୁଜ୍: ଆଇନକୁ ସମ୍ମାନ ଦେଉଛି କହି ‘ଏକ୍ସ’ରେ ସୂଚନା ଦେଲେ ଜଗନ୍ନାଥ ପ୍ରଧାନ।‘ଆଇନ ଅନୁସାରେ ଯାହା କାର୍ଯ୍ୟାନୁଷ୍ଠାନ ନିଆଯିବ ସହଯୋଗ କରିବି’।‘ରାଜ୍ୟ ପ୍ରଶାସନିକ ଅଚଳାବସ୍ଥା ଆଡ଼କୁ ଗତି କରୁଛି’।‘ଏସବୁ ଦୃଷ୍ଟିରୁ ରାଜ୍ୟ ଓ ଆମ ସରକାରଙ୍କ ହିତ ପାଇଁ ଆଇନକୁ ସମ୍ମାନ ଦେଉଛି’। ‘ଦୁଇ ଦିନ ହେଲା BMC ଘଟଣାରେ ବିରୋଧୀ ରାଜନୀତି କରୁଛନ୍ତି’। ସେପଟେ ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ବୁଧବାର ସନ୍ଧ୍ୟାରେ ଭୁବନେଶ୍ବରସ୍ଥିତ ପାର୍ଟି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ସେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବରିଷ୍ଠ ନେତୃବୃନ୍ଦଙ୍କୁ ଦଳୀୟ କାର୍ଯ୍ୟାଳୟରେ ଭେଟିଛନ୍ତି।

ସେ ଶୃଙ୍ଖଳା କମିଟି ଆଗରେ ନିଜର ମତ ରଖୁଛନ୍ତି। ଜଗା ପ୍ରଧାନ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଲା ପରେ କିଛି ବଡ଼ଧରଣର ଘଟଣା ଘଟିବ ବୋଲି ଚର୍ଚ୍ଚା ଜୋର୍‌ ଧରିଛି। ତାଙ୍କର ସମର୍ଥକମାନେ ମଧ୍ୟ ବିଜେପି କାର୍ଯ୍ୟାଳୟ ସାମ୍ନାରେ ଭିଡ଼ ଲଗାଇଛନ୍ତି। ବିଜେପି କାର୍ଯ୍ୟାଳୟ ସାମ୍ନାରେ ବ୍ୟାପକ ପୁଲିସ ମୁତୟନ ହୋଇଛନ୍ତି। ସେହିପରି ଖାରବେଳ ନଗର ଥାନାରେ ମଧ୍ୟ ପୁଲିସ ମୁତୟନ କରାଯାଇଛି।ଗତ ସୋମବାର ଦିନ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି)ର ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା ନେଇ ଜଗନ୍ନାଥ ପ୍ରଧାନ ବିବାଦରେ ଫସିଛନ୍ତି। ଏହି ଘଟଣା ପରେ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ସଂଘ ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି। ରାଜ୍ୟର ପ୍ରାୟ ୧୭ଟି ଜିଲ୍ଲାରେ ଓଏଏସ୍‌ ଅଧିକାରୀମାନେ କଲମ ଛାଡ଼ ଆନ୍ଦୋଳନ ଜାରି ରଖିଛନ୍ତି।

Leave A Reply

Your email address will not be published.