ଓଡ଼ିଆ ନ୍ୟୁଜ୍: ଆଇଏଏସ୍ ନିଖିଲ ପବନ କଲ୍ୟାଣଙ୍କୁ ନୂଆ ଦାୟିତ୍ବ।ଜନଗଣନା ପରିଚାଳନା ନିର୍ଦ୍ଦେଶକ (ଡିସିଓ) ଭାବେ ନୂଆ ଦାୟିତ୍ବ ଗ୍ରହଣ କଲେ ପବନ କଲ୍ୟାଣ। ଓଡ଼ିଶାରେ DCR ଭାବେ ଦାୟିତ୍ବ ନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି।କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ଚିଠି।୨୦୨୫ ଡିସେମ୍ବର ୩୧ ଯାଏଁ ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ ପବନ କଲ୍ୟାଣ।
ନିଖିଳ ପବନ କଲ୍ୟାଣ(ଓଡିଶା କ୍ୟାଡର-୨୦୧୨)ର ଜଣେ ଅଭିଜ୍ଞ ଆଇଏଏସ ଅଧିକାରୀ ଭାବେ ପରିଚିତ ଏବଂ ତାଙ୍କ ନେତୃତ୍ୱରେ ଓଡ଼ିଶାରେ ଜନଗଣନା ଏବଂ ନାଗରିକ ପଞ୍ଜୀକରଣ କାର୍ଯ୍ୟ ସୁଚାରୁ ରୂପେ ସମ୍ପନ୍ନ ହେବ ବୋଲି ଆଶା କରାଯାଉଛି।ବର୍ତମାନ କଲ୍ୟାଣ ବର୍ତ୍ତମାନ ରାଜ୍ୟ ମୃତ୍ତିକା ସଂରକ୍ଷଣ ଓ ଉଦ୍ୟାନକୃଷି ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ପୂର୍ବତନ ଜନଗଣନା ନିର୍ଦ୍ଦେଶକ ଉଦୟ ନାରାୟଣ ଦାସଙ୍କୁ ଗତ ମେ ମାସରେ ରାଜ୍ୟ ସରକାର ଓଡ଼ିଶା ଲୋକସେବା ଆୟୋଗର ସଦସ୍ୟ ଭାବେ ନିଯୁକ୍ତ କରିବା ପରେ ଏହି ପଦବୀ ଖାଲି ହୋଇ ପଡ଼ିଥିଲା।