ଓଡ଼ିଆ ନ୍ୟୁଜ୍: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଯାତ୍ରା କଳାକାର ଓ କର୍ମଚାରୀ ସଂଘ ସଭାପତି ବାପି ପଣ୍ଡା । ଯାତ୍ରା କଳାକାରଙ୍କୁ ନ୍ୟାୟ ଭିକ୍ଷା କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ଅଭିନେତା ତଥା ଯାତ୍ରା କଳାକାର ଓ କର୍ମଚାରୀ ସଂଘ ସଭାପତି ବାପି ପଣ୍ଡା। ତାଙ୍କ ସହ ହାସ୍ୟ ଅଭିନେତା ନରି ପଣ୍ଡା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ଯାଜପୁର ଏସପି ଘଟଣାର ତଦନ୍ତ କରିବେ ବୋଲି ସେମାନଙ୍କୁ ଆଶ୍ବାସନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ପରେବି କୌଣସି ଅସୁବିଧା ହେଲେ ବ୍ୟକ୍ତିଗତ ଭାବେ ଫୋନ୍ କରି ଜଣାଇବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ। ଯାତ୍ରା କଳାକାରଙ୍କୁ ନେଇ ସୃଷ୍ଟି ହୋଇଥିବା ସମସ୍ୟାର ଖୁବ୍ ଶୀଘ୍ର ସମାଧାନ ହେବ ବୋଲି କହିଥିଲେ