ଓଡ଼ିଆ ନ୍ୟୁଜ୍: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା । ବିଜେପି ପ୍ରାର୍ଥୀ ଭାବେ ଜୟ ଢୋଲକିଆଙ୍କ ନାଁ ଘୋଷଣା । କାଲି ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିବେ ଜୟ । ଦିବଙ୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ।
ଆସନ୍ତାକାଲି ନୂଆପଡ଼ାରେ ବିଶାଳ ସମାବେଶ । ସେପ୍ଟେମ୍ବର ୮ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ହୋଇଥିଲା। ସେ ନୂଆପଡ଼ାରୁ ୨ ଥର ବିଧାୟକ ଭାବେ ନିର୍ବାଚନ ହୋଇଥିଲେ । ତେବେ ତାଙ୍କ ଦେହାନ୍ତ ପରେ ନୂଆପଡ଼ା ଆସନ ଖାଲି ପଡିଥିଲା । ଉପନିର୍ବାଚନ ଲାଗି ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିଶନର ।