ଜେଇଇ ମେନ୍‌ ସେସନ୍‌-୨ ରେଜଲ୍ଟ ପ୍ରକାଶ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜେଇଇ ମେନ୍‌ ସେସନ୍‌-୨ ରେଜଲ୍ଟ ପ୍ରକାଶ ପାଇଛି।ନ୍ୟାସନାଲ ଟେଷ୍ଟ ଏଜେନ୍ସି (NTA) ସେସନ୍-୨ ଫଳାଫଳ ପ୍ରକାଶ କରିଛି।  jeemain.nta.ac.in ଅଫିସିଆଲ ୱେବସାଇଟ୍ ମାଧ୍ୟମରେ ରେଜଲ୍ଟ ଜାଣିପାରିବେ।

୫୬ ଜଣ ପରୀକ୍ଷାର୍ଥୀ ରଖିଛନ୍ତି ଶତପ୍ରତିଶତ ମାର୍କ । ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ୫୬ ଜଣ ପରୀକ୍ଷାର୍ଥୀ ଏନଟିଏର ଶହେ ପ୍ରତିଶତ ସ୍କୋର ହାସଲ କରିଛନ୍ତି । ଏହି ତାଲିକାରେ ଓଡ଼ିଶାର ଜଣେ ବି ଛାତ୍ରଛାତ୍ରୀ ନାହାନ୍ତି । ଅନ୍ୱେଶ ଶୁଭମ ପ୍ରଧାନ ଜେଇଇ ମେନ୍ ଓଡ଼ିଶା ଟପ୍ପର ହୋଇଛନ୍ତି । ଅନ୍ୱେଶ ୯୯.୯୯ ପ୍ରତିଶତ ସ୍କୋର ରଖିଛନ୍ତି । ଜେଇଇ ମେନ୍ ଫଳ ପ୍ରକାଶ ପାଇବା ପରେ ସାରା ଦେଶରୁ ମୋଟ୍ ୨ ଲକ୍ଷ ୫୦ ହଜାର ୨୮୦ ଜଣ ଜେଇଇ ଆଡଭାନ୍ସ ଦେବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ।

ଚଳିତ ଜେଇଇ ମେନ୍ ପରୀକ୍ଷାରେ ୧୦୦ ପ୍ରତିଶତ ଏନଟିଏ ସ୍କୋର ହୋଇଥିବା ରେକର୍ଡ କରାଯାଇଛି । ଭାରତର ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ଆଡମିଶନ ପାଇଁ ମିଳିତ ପ୍ରବେଶିକା ପରୀକ୍ଷା (JEE ମେନ୍) ଏଣ୍ଟ୍ରାନ୍ସ କରାଯାଏ ଏବଂ JEE ଆଡଭାନ୍ସ ପାଇଁ ଯୋଗ୍ୟତା ପରୀକ୍ଷା କରାଯାଏ।

Leave A Reply

Your email address will not be published.