ଭିଜିଲାନ୍ସ ଜାଲରେ ଫିରିଙ୍ଗିଆ ପଞ୍ଚାୟତ ସମିତି କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଲାଞ୍ଚ ନେବା ଜେଇଙ୍କୁ ପଡ଼ିଲା ମହଙ୍ଗା। ଠିକାଦାରଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ୍ ଜେଇ ଅଶୋକ ପାଢ଼ୀ।

ଭିଜିଲାନ୍ସ ତାଙ୍କ ପାଖରୁ ୧୦ ହଜାର ଲାଞ୍ଚ ଟଙ୍କା ଜବତ କରିବା ସହ ପଚରାଉଚରା କରୁଛି | ସୂଚନାନୁଯାୟୀ, ଗୋଚ୍ଛାପଡା ପଞ୍ଚାୟତ ବ୍ରୁଡିଗୁଡା ଠାରେ ଏକ ବିଶ୍ରାମାଗାର ନିର୍ମାଣ କରାଯାଇଥିଲା। ଏହି କାମର ବିଲ୍ କରାଇ ଦେବା ପାଇଁ ଯନ୍ତ୍ରୀ ଅଶୋକ ଠିକାଦାର ରଘୁନାଥ ମହାକୁଡ଼ଙ୍କ ଠାରୁ ୧୦ ହଜାର ଟଙ୍କା ଦାବି କରିଥିଲେ। ରଘୁନାଥ ଏନେଇ ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ। ଆଜି ସକାଳେ ଯନ୍ତ୍ରୀ ଫିରିଙ୍ଗିଆ ସ୍ଥିତ ନିଜ ସରକାରୀ ବାସଭବନରେ ଲାଞ୍ଚ ଟଙ୍କା ଗ୍ରହଣ କରୁଥିବା ବେଳେ ପୂର୍ବ ପ୍ରସ୍ତୁତି ଅନୁଯାୟୀ ତାଙ୍କୁ ଧରିଥିଲେ ଭିଜିଲାନ୍ସ ବିଭାଗ।

ଏବେ ଯନ୍ତ୍ରୀଙ୍କ ସମ୍ପତ୍ତି ଆକଳନ ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଥିବା ଜଣାପଡିଛି। ଭିଜିଲାନ୍ସ ତାଙ୍କ ପାଖରୁ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କ ଘରେ ଚଢ଼ାଉ କରିଛି। ଭିଜିଲାନ୍ସ ଅଶୋକଙ୍କ ଘର ସମେତ ପୈତୃକ ଘର, ଅଫିସରେ ଚଢ଼ାଉ କରିଛି। ଏବେ ବି ଜାରି ରହିଛି ଯାଞ୍ଚ।

Leave A Reply

Your email address will not be published.