ଖୁବ୍‌ଶୀଘ୍ର ବିମାନବନ୍ଦରର ସମ୍ପ୍ରସାରଣ ହେବ :କେ. ରାମମୋହନ ନାଇଡୁ

0

ଓଡ଼ିଆ ନ୍ୟୁଜ୍ବ’: ପଟ୍ଟନାୟକ ବିମାନବନ୍ଦର ସଂପ୍ରସାରଣ କାମ ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି। ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଭୁବନେଶ୍ୱର ବିମାନବନ୍ଦରରେ ତୃତୀୟ ଟର୍ମିନାଲ ହେବ। ୧୦ ବର୍ଷରେ ଦେଶରେ ବେସାମରିକ ବିମାନ ଚଳାଚଳର ଅଭିବୃଦ୍ଧି ହୋଇଛି। ଏବେ ଦେଶର ଅନେକ ଛୋଟ ସହରରେ ବିମାନବନ୍ଦର ନିର୍ମାଣ ହୋଇଛି।

୨୦୪୭ ସୁଦ୍ଧା ବିକଶିତ ଭାରତ ସ୍କିମ୍‌ରେ ୩୫୦ ନୂଆ ଏୟାରପୋର୍ଟ ହେବାର ଯୋଜନା ରହିଥିବା ମନ୍ତ୍ରୀ କହିଛନ୍ତି । ଆସନ୍ତା ୧୦ ବର୍ଷରେ ଦେଶରେ ୧୨୦ଟି ନୂଆ ଗନ୍ତବ୍ୟସ୍ଥଳ ସୃଷ୍ଟି ଲକ୍ଷ୍ୟ ରହିଛି। ସେହିପରି ପୁରୀରେ ବିମାନବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ମଧ୍ୟ ମିଳିସାରିଛି।

Leave A Reply

Your email address will not be published.