ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ଠାରେ କଲଭର୍ଟ ଭାଙ୍ଗି ୫ ଜଣ ମୃତ୍ୟୁ ଘଟଣା:ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଆଜି ସକାଳେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ରେ ଏକ ନିର୍ମାଣାଧୀନ culvert ଭାଙ୍ଗି ଯିବା ଫଳରେ ଚାରି ଜଣ ଶିଶୁଙ୍କ ସମେତ 5 ଜଣ ଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ଏହି ଦୁର୍ଘଟଣା ପାଇଁ ଦାୟୀ କର୍ମଚାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ଯ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି.