କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ଧକ୍କା ଦେଲା ମାଲ୍‌ବାହୀ ଟ୍ରେନ୍‌

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପଶ୍ଚିମବଙ୍ଗରେ ଟ୍ରେନ୍ ଦୁର୍ଘଟଣା। ଏଠାରେ ଟ୍ରାକ୍ ଉପରେ ଠିଆ ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍‌। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୫ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୨୫ ଜଣ ଆହତ ହୋଇଥିବା କୁହାଯାଉଛି। ସୂଚନା ମୁତାବକ,  କାଞ୍ଚନଜଙ୍ଗା ଏକ୍ସପ୍ରେସ ସିଆଲଦାରୁ କୋଲକାତା ଅଭିମୁଖେ ଯାଉଥିଲା। ଏତିକିବେଳେ ପଛ ପଟରୁ ଧକ୍କା ଦେଇଥିଲେ ମାଲବାହୀ ଟ୍ରେନ୍। ଦୁର୍ଘଟଣାସ୍ଥଳକୁ ଉଦ୍ଧାରକାରୀ ଟିମ୍, ମେଡିକାଲ୍ ଟିମ୍ ସହ ପ୍ରଶାସନିକ ଅଧିକାରୀ ଯାଇଛନ୍ତି।

ଏହି ଦୁର୍ଘଟଣାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁଃଖ ପ୍ରକାଶ କରିଛନ୍ତି। ମମତା କହିଛନ୍ତି, ଦାର୍ଜିଲିଂ ଜିଲାର ଫାନସିଦଓ୍ବୋ ଅଞ୍ଚଳରେ ଏକ ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାର ଖବର ଶୁଣି ମୁଁ ସ୍ତବ୍ଧ ହୋଇଗଲି। ସହାୟତା ପାଇଁ ଘଟଣାସ୍ଥଳରେ ଡିଏମ୍‌, ଏସ୍‌ପି, ଡାକ୍ତର, ଆମ୍ବୁଲାନ୍ସ ଏବଂ ବିପର୍ଯ୍ୟୟ ଦଳକୁ ପଠାଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।ସୂଚନା ପାଇବା ପରେ ପୋଲିସ, ରେଳ ଅଧିକାରୀ ଏବଂ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ରିଲିଫ କାର୍ଯ୍ୟ ଆରମ୍ଭ ହୋଇଛି। ଟ୍ରାକରୁ ବଗି ହଟାଇ ଫସି ରହିଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଉଛି। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ, କାଞ୍ଚନଜଙ୍ଗାର ତିନୋଟି ବଗି ଅଧିକ କ୍ଷତିଗ୍ରସ୍ତ ହୋଇଛି। ଅନେକ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ରିଲିଫ ଓ ଉଦ୍ଧାର କାର୍ଯ୍ୟ ଚାଲିଛି।

ରଙ୍ଗାପାନି ଏବଂ ନ୍ୟୁ ଜଳପାଇଗୁଡ଼ି ଷ୍ଟେସନ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁଃଖ ପ୍ରକାଶ କରିଛନ୍ତି। ମମତା କହିଛନ୍ତି, ଦାର୍ଜିଲିଂ ଜିଲାର ଫାନସିଦଓ୍ବୋ ଅଞ୍ଚଳରେ ଏକ ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାର ଖବର ଶୁଣି ମୁଁ ସ୍ତବ୍ଧ ହୋଇଗଲି। ସହାୟତା ପାଇଁ ଘଟଣାସ୍ଥଳକୁ ଡିଏମ୍‌, ଏସ୍‌ପି, ଡାକ୍ତର, ଆମ୍ବୁଲାନ୍ସ ଏବଂ ବିପର୍ଯ୍ୟୟ ଦଳକୁ ପଠାଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Leave A Reply

Your email address will not be published.