କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ। ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ପୋଷ୍ଟରରେ ଉଲ୍ଲେଖ ରହିଛି।  କଣ୍ଟାବାଞ୍ଜି ପୁଲିସ ଏହାର ତଦନ୍ତ ଜାରି ରଖିଛି।

ଆଜି ସକାଳୁ ସକାଳୁ କଣ୍ଟାବାଞ୍ଜି ବାଳିକା ଉଚ୍ଚ ବିଦ୍ୟାଳୟର ବାହାରେ ଥିବା ଏକ ଦୋକାନରେ ବ୍ୟାନର ଲାଗିଛି। ବ୍ୟାନର ଧଳା ରଙ୍ଗର ଥିବା ବେଳେ ଏଥିରେ ଲାଲ ଅକ୍ଷରରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ୧୫ ଦିନ ଭିତରେ ହତ୍ୟା କରିବି ବୋଲି ଲେଖା ରହିଛି। ତେବେ ବ୍ୟାନରରେ ଜଣେ ଅଜଣା ଯୁବକଙ୍କ ଫଟୋ ମଧ୍ୟ ରହିଛି।

ପୋଷ୍ଟର ଦେଖି ଲୋକେ ଭୟଭୀତ ଥିବା ବେଳେ କଣ୍ଟାବାଞ୍ଜି ପୁଲିସ ବ୍ୟାନର ଜବତ କରି ଅଧିକ ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, କିଛି ବର୍ଷ ତଳେ କଣ୍ଟାବାଞ୍ଜି ସହରର ସନ୍ତୋଷ ସିଂ ସାଲୁଜାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା।

Leave A Reply

Your email address will not be published.