ଆ କା ମା ବୈ ଧ୍ବନୀରେ କମ୍ପୁଛି ଜଳାଶୟ

0

ଓଡ଼ିଆ ନ୍ୟୁଜ୍: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ସବୁଠି ବୋଇତ ବନ୍ଦାଣ ଉତ୍ସବ ପାଳିତ।ପରମ୍ପରା ସହ ବିଭିନ୍ନ ଜଳାଶୟରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ।ଆ, କା, ମା, ବୈ… ଗୀତ ସହ ହୁଳହୁଳିରେ ପ୍ରକମ୍ପିତ ପରିବେଶ। ସୁରକ୍ଷା ଦୃଷ୍ଟିରୁ ବିଭିନ୍ନ ଜଳାଶୟରେ ପୋଲିସ ମୁତୟନ। କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଜନସମୁଦ୍ର ଶ୍ରୀକ୍ଷେତ୍ରଧାମ।ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼। କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଜନସମୁଦ୍ର ଶ୍ରୀକ୍ଷେତ୍ରଧାମ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼ । ଶ୍ରୀକ୍ଷେତ୍ରର ମହୋଦଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ସହ ବୁଡ଼ ପକାଇ ସୂର୍ଯ୍ୟୋଦୟ ଦର୍ଶନ ପାଇଁ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି। ଭିଡ଼କୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

କାର୍ତ୍ତିକ ପୂର୍ଣ୍ଣିମା ବା ଡଙ୍ଗାଭସା ଓଡ଼ିଶାରେ ଏକ ଗୁରୁତ୍ୱପୂର୍ଣ୍ଣ ପର୍ବ ଭାବରେ ପାଳିତ ହୁଏ । ଏହି ଦିନଟି ଉତ୍କଳର ପ୍ରାଚୀନ ନୌବାଣିଜ୍ୟ ପରମ୍ପରା ଏବଂ ସାଧବମାନଙ୍କ ଦୂରଦେଶକୁ ଯାତ୍ରାକୁ ମନେ ପକାଇଥାଏ । ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି, ଯାହା ଓଡ଼ିଶାର ଗୌରବମୟ ଇତିହାସର ଏକ ପ୍ରମୁଖ ଅଙ୍ଗ ।

Leave A Reply

Your email address will not be published.