କେନ୍ଦୁପତ୍ର କର୍ମଚାରୀଙ୍କୁ ମିଳିଲା ସହାୟତା: ତୋଳାଳୀ ପାଇଲେ ୧୦୦୦ ଟଙ୍କା

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ଘୋଷଣା ଅନୁଯାୟୀ ଆଜି ସହାୟତା ପାଇଛନ୍ତି କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ କର୍ମଚାରୀ । ମଧ୍ୟବର୍ତ୍ତୀ କାଳୀନ ସହୟତା ଭାବରେ ତୋଳାଳୀ1000 ଟଙ୍କା ପାଇଥିବାବେଳେ ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ମିଳିଛି 1500 ଟଙ୍କା ।

ଆଜି ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ   ନବୀନ ପଟନାୟକ ଏହି ସହାୟତା ବଣ୍ଟନ କରିଛନ୍ତି । ହିତାଧିକାରୀଙ୍କ ଖାତା କୁ 43 କୋଟି ଟଙ୍କା ଦିଆଗଲା ।

DBT ଜରିଆରେ ଏହି ସହାୟତା ହିତାଧିକାରୀଙ୍କ ବ୍ଯାଙ୍କ ଖାତାରେ ଜମା ହୋଇଥିଲା ।ଏହିଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗରିବ ଲୋକର ଖୁସି ହିଁ ତାଙ୍କର ସବୁଠାରୁ ବଡ ଖୁସି । ଗରିବ ଲୋକଙ୍କ ସହ ସେ ସବୁବେଳେ ରହିଛନ୍ତି ଓ ସେମାନଙ୍କ କଲ୍ଯାଣ ପାଇଁ ତାଙ୍କର ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ଉପନିର୍ବାଚନ ଆଚରଣବିଧି ଉଠିବା ପରେ ବରଗଡ ଜିଲ୍ଲାର ତୋଳାଳୀ ଓ ଅନ୍ଯ କେନ୍ଦୁପତ୍ର କର୍ମଚାରୀ ମାନଙ୍କୁ ଏ ସବୁ ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । କେନ୍ଦୁପତ୍ର ହେଉଛି ଗରିବ ଲୋକ ର ଦାନା ପାଣିର କଥା । ତେଣୁ ତା ଉପରେ 18%GST କୁ ନାପସନ୍ଦ କରି ଏହାର ସମ୍ପୂର୍ଣ୍ଣ ଉଛେଦ ପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ କେନ୍ଦ୍ର ନିକଟରେ ଦାବୀ କରିଥିଲେ ।

ଆଜି ନୂଆପଡ଼ା କଳାହାଣ୍ଡି କୋରାପୁଟ ନବରଙ୍ଗପୁର ଅନୁଗୁଳ ସମ୍ବଲପୁର ଝାରସୁଗୁଡା କନ୍ଧମାଳ, ବୌଦ୍ଧ, କେଉଁଝର ଦେବଗଡ଼, ଓ ବଲାଙ୍ଗୀର ଆଦି ବାର ଜିଲ୍ଲାର ସତର ଡିଭିଜନର ହିତାଧିକାରୀ ମାନଙ୍କୁ ଆଜି ସହାୟତା ବଣ୍ଟନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ଜଙ୍ଗଲ ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ଶ୍ରୀ ପ୍ରଦୀପ ଅମାତ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀ ଙ୍କ କଲ୍ଯାଣ ପାଇଁ ସରକାରଙ୍କ ପଦକ୍ଷେପ ଉପରେ ଆଲୋକପାତ ସୂଚନା କରିଥିଲେ।

ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଡାଃ ମୋନା ଶର୍ମା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଓ ଜଙ୍ଗଲ ପରିବେଶ ବିଭାଗ ର ବରିଷ୍ଠ ଅଧିକାରୀ ମାନେ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ହିତାଧିକାରୀ
ଶାନ୍ତନୁ କୁମାର ଭୋଇ , ଝାରସୁଗୁଡ଼ାର ପୁଷ୍ପ ଲତା ଭଇଁଶା ଓ ନୂଆପଡ଼ାର ଇଶ୍ଵର ଶବର ଙ୍କ ସହ ସହାୟତା ବିଷୟରେ ଆଲୋଚନା କରି ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ। PCCFକେନ୍ଦୁପତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ସୂଚନାଯୋଗ୍ୟଯେ ଗତ ତେଇଶି ତାରିଖ ଦିନ ମୁଖ୍ୟମନ୍ତ୍ରୀ ଏ ସହାୟତା ବିଷୟ ଘୋଷଣା କରିଥିଲେ ।

Leave A Reply

Your email address will not be published.