ଖସାପଡା ନୀତି ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଜି ଚୈତ୍ରମାସ କୃଷ୍ଣପକ୍ଷ ସପ୍ତମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଖସାପଡା ନୀତି। ଦ୍ୱିତୀୟ ଭୋଗ ମଣ୍ଡପରେ ଭୋଗ ଲାଗି ପରେ ଏହି ନୀତି ସଂପନ୍ନ କରାଯିବ। ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବା ନେଇ ସୂଚନା ମିଳିଛି। ଖସାପଡା ନୀତି ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ।

ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ବର୍ଷରେ ଦୁଇରୁ ତିନିଥର ଏହି ନିତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତ ସେବା ହେଇଥିବାରୁ ନୀତି ସମୟରେ ଦର୍ଶନରୁ ବଞ୍ଚିତ ରହିବେ ଶ୍ରଦ୍ଧାଳୁ । ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଶ୍ରୀପୟର ସୁରକ୍ଷା ପାଇଁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ । ଏହି ନୀତି ପାଇଁ ପୂର୍ବ ଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି । ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି। ମଧ୍ୟାହ୍ନ ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ । ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି ।

ଯେହେତୁ ଦେବସ୍ନାନ ପୁର୍ଣ୍ଣମୀ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଆଦିରେ ମହାପ୍ରଭୁଙ୍କ ପହଣ୍ଡି କରାଯାଇଥାଏ। ତେଣୁ ଏହା ପୁର୍ବରୁ ଖସାପଡ଼ା ନୀତି କରାଯାଇଥାଏ। ଆଗକୁ ଦେବସ୍ନାନ ପୂର୍ଣ୍ଣିମା ଓ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ରହିଥିବାରୁ ଶ୍ରୀଜିଉଙ୍କ ପହଣ୍ଡି ହେବ। ଏଣୁ ଏହାପୂର୍ବରୁ ଅର୍ଥାତ ଆଜି ପୁନର୍ବାର ଖସାପଡ଼ା ନୀତି ଅନୁଷ୍ଠିତ ହେବ ବୋଲି ଦଇତାପତି ସେବାୟତ ସୂଚନା ଦେଇଛନ୍ତି।

Leave A Reply

Your email address will not be published.