ପରଲୋକରେ ବରିଷ୍ଠ ବିଜେପି ନେତ୍ରୀ ସଞ୍ଚିତା ମହାନ୍ତି

0

ଓଡ଼ିଆ ନ୍ୟୁଜ୍: ପରଲୋକରେ ବରିଷ୍ଠ ବିଜେପି ନେତ୍ରୀ ତଥା କୋରେଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତି। ଆଜି ସକାଳେ ସେ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ତାଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ସେ ୨୦୦୪ରୁ ୨୦୦୯ ଯାଏ କୋରେଇ ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ବହୁ ବିଜେପି ନେତା ଗଭୀର‌ ଶୋକ ପ୍ରକାଶ କରିଛନ୍ତି।

ସଞ୍ଚିତା ମହାନ୍ତି ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ୨୦୦୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସଞ୍ଜିତା ମହାନ୍ତି ୧୯୫୮ ମସିହାର ସେପ୍ଟେମ୍ବର ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ରାଜେନ୍ଦ୍ର କୁମାର ସିଂହ। ସେ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର କରିଥିଲେ ଏବଂ ପରେ ଓଡ଼ିଶୀ ନୃତ୍ୟରେ ସ୍ନାତକତ୍ତୋର କରିଥିଲେ । ପରବର୍ତ୍ତୀ ସମୟରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଆଇନ ପଢ଼ିଥିଲେ । ସେ ଜଣେ ଓକିଲ ଭାବରେ କାର୍ଯ୍ୟ କରୁଥିଲେ ।

 

Leave A Reply

Your email address will not be published.