କୋଟିଅରେ ରଥ ଟାଣିଲେ ରାଜ୍ୟ ସରକାରଙ୍କ ୫ ମନ୍ତ୍ରୀ, ସାମିଲ ହେଲେ ସାଂସଦ ଓ ବିଧାୟକ

0

ଓଡ଼ିଆ ନ୍ୟୁଜ୍:କୋଟିଅରେ ରଥ ଟାଣିଲେ ମନ୍ତ୍ରୀ, ସାଂସଦ ଓ ବିଧାୟକ। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତରେ ରଥଟଣା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ସମେତ ରାଜସ୍ବ ଓ ବିପର୍ଯ୍ୟସ୍ତ ମନ୍ତ୍ରୀ ସୁରେଶ ପୂଜାରୀ, ବାଣିଜ୍ୟ ପରିବହନ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, କ୍ଷୁଦ୍ର ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, କୋରାପୁଟ ଏମ୍‌ପି ସପ୍ତଗିରି ଉଲକା, ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ୍‌, କୋରାପୁଟ ବିଧାୟକ ରଘୁରାମ ମାଛ, ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉଁନ୍ତା, କୋଟପାଡ଼ ବିଧାୟକ ରୁପୁ ଭତ୍ରା, ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ଜିଲାପାଳ ଭି.କୀର୍ତ୍ତି ୱାସନ ଓ ଜିଲା ଏସ୍‌ପି ରୋହିତ ଭର୍ମା ପ୍ରମୁଖ ଯୋଗଦେଇଥିଲେ। ଜଗନ୍ନାଥଙ୍କୁ ଦର୍ଶନ କରି ଛେରା ପହଁରା କରିଥିଲେ।

Leave A Reply

Your email address will not be published.