ଓଡ଼ିଆ ନ୍ୟୁଜ୍: ଭୁବନେଶ୍ବରରେ ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା। ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ରାଜଧାନୀର ବୁଲା ଗୋରୁଙ୍କୁ ସେଠାରେ ରଖାଯିବ, ଜମି ଚିହ୍ନଟ ସରିଛି।ଗୋରୁଙ୍କ ଗୋବର, ମୂତ୍ରରୁ ବିଭିନ୍ନ ପ୍ରଡକ୍ଟ ବାହାର କରାଯିବ। ସହରାଞ୍ଚଳ ରାଜରାସ୍ତାରୁ ଗୋରୁଙ୍କୁ ହଟାଇବା ପାଇଁ ୫ଟି ସ୍ଥାନରେ ଗୋଶାଳା ହେଉଛି।
ଗୋମାତାଙ୍କ ଗୋବର ଏବଂ ଗୋମୂତ୍ରରୁ ବିଭିନ୍ନ ଉତ୍ପାଦ ବାହାରିବ। ସରକାର ଏ ନେଇ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହା ପୂର୍ବରୁ ରଜ୍ୟର ବିଭିନ୍ନ ସ୍ଥାନରେ ଗୋଶାଳା ନିର୍ମାଣ ଆରମ୍ଭ ହୋଇଛି।
ସେହିପରି ସହରାଞ୍ଚଳ ଗୁଡିକରେ ରାଜରାସ୍ତାରୁ ଗାଈଗୋରୁଙ୍କୁ ହଟାଇବା ପାଇଁ ୫ଟି ସ୍ଥାନରେ ଗୋଶାଳା କରାଯାଉଛି। ରାସ୍ତାରେ ଦୁର୍ଘଟଣା ଯୋଗୁ ଉଭୟ ଲୋକ ଏବଂ ଗାଈଗୋରୁ ଆଘାତ ପାଉଛନ୍ତି ଏବଂ ପ୍ରାଣ ହରାଉଛନ୍ତି। ସରକାର ଏନେଇ ସମ୍ବେଦିନ ଶୀଳ ଅଛନ୍ତି ଏବଂ ପଦକ୍ଷେପ ନେଉଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।