ନୂଆ ଭୁବନେଶ୍ବର ପାଇଁ ପ୍ରସ୍ତୁତ ହେବ ଡିପିଆର: କୃଷ୍ଣଚନ୍ଦ୍ର ମହାପାତ୍ର

0

ଓଡ଼ିଆ ନ୍ୟୁଜ୍: ୮ ଶହ ଏକରରେ ନୂଆ ଭୁବନେଶ୍ବର ପାଇଁ ଡିପିଆର ପ୍ରସ୍ତୁତ ହେବ।ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।ନୂଆ ସହର ରୂପରେଖ ପାଇଁ ସିଙ୍ଗାପୁରର ଏକ କମ୍ପାନୀକୁ ଦାୟିତ୍ବ ଦିଆଯାଇଛି।ସମସ୍ତ ସୁବିଧା କିପରି ରହିପାରିବ ସେନେଇ ଡିପିଆର ପ୍ରସ୍ତୁତ ହେବ। ଚିହ୍ନଟ ହୋଇଥିବା ଜାଗାରେ କିଛି ଜଙ୍ଗଲ ଜମି ଓ ପ୍ରାଇଭେଟ୍ ଜମି ରହିଛି।

ଜଙ୍ଗଲ ଜମିରେ ଆବଶ୍ୟକ ହେଲେ ପାର୍କ କିମ୍ବା ସେଭଳି ଜିନିଷ କରାଯିବ। ମେଟ୍ରୋ ମଧ୍ୟ ନୂଆ ସହରକୁ ଛୁଇଁବାକୁ ଯୋଜନା କରାଯାଉଛି।ସେହିପରି ପୁରୁଣା ଭୁବନେଶ୍ବର ପାଇଁ ମଧ୍ୟ ଯୋଜନା ପ୍ରସ୍ତୁତ କରାଯାଉଛି।ଆଉଟର ରିଙ୍ଗ ରୋଡ ଏବଂ ସେଣ୍ଟ୍ରାଲ ରିଙ୍ଗ ରୋଡ ପରେ ସହର ଭିଡ଼ କମିବ। ସହରକୁ ସଜାଡିବାକୁ ସରକାର ପ୍ରସ୍ତୁତ ଅଛନ୍ତି।

Leave A Reply

Your email address will not be published.