ଓଡ଼ିଆ ନ୍ୟୁଜ୍: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଚାଲିବ ଧାନ କିଣା।ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ପ୍ରତିକ୍ରିୟା।’ଏପର୍ଯ୍ୟନ୍ତ ୧୦ ଲକ୍ଷ ୫୦ ହଜାର ମେଟ୍ରିକ ଟନ୍ ଧାନ କିଣା’। ୨ ଲକ୍ଷ ୩୦ ହଜାର ଚାଷୀ ଧାନ ବିକିଛନ୍ତି: ମନ୍ତ୍ରୀ। ୧୮ ଜିଲ୍ଲାରେ ଚାଲିଛି ଧାନ କିଣା, ୧୧ ଲକ୍ଷ ଚାଷୀଙ୍କୁ ଟୋକନ୍।’ଚାଷୀଙ୍କ ଆକାଉଣ୍ଟକୁ ଯାଇଛି ୨୩୫୦ କୋଟି ଟଙ୍କା’। ସବୁ ଚାଷୀଙ୍କ ଧାନ କିଣୁବୁ ବୋଲି କହିଲେ ଯୋଗାଣ ମନ୍ତ୍ରୀ।
ଏହାସହ ଚାଷୀଙ୍କ ଆକାଉଣ୍ଟକୁ ୨୩୫୦ କୋଟି ଟଙ୍କା ଯାଇଥିବା ମଧ୍ୟ ମନ୍ତ୍ରୀ କହିଛନ୍ତି । ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଚଳିତବର୍ଷ ସବୁ ଚାଷୀଙ୍କ ଧାନ କିଣାଯିବ । ମାର୍ଚ୍ଚ ମାସ ପର୍ଯ୍ୟନ୍ତ ଧାନ କିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି ।ସେପଟେ, ତୁଟିଲା ଅରୁଆ, ଉଷୁନା ବିବାଦ । ଓଡ଼ିଶାରୁ ୬ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ଉଠାଇବ କେନ୍ଦ୍ର । ଏ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ୫ ଲକ୍ଷ ମେଟ୍ରିକ୍ ଟନ୍ ଉଷୁନା ଚାଉଳ ଓ ୧ ଲକ୍ଷ ମେଟ୍ରିକ୍ ଟନ୍ ଅରୁଆ ଚାଉଳ ଉଠାଇବ କେନ୍ଦ୍ର । ରାଜ୍ୟରେ ମୋଟ୍ ୭ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ଅଛି । ବାକି ୧ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ନିଲାମ କରାଯିବ । ଏଥିପାଇଁ କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।