ଆଉ ୩ ଜିଲ୍ଲାକୁ ଗଡ଼ିଲା ଲକ୍ଷ୍ମୀ ବସ୍‌

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଉ ୩ ଜିଲ୍ଲାକୁ ଗଡ଼ିଲା ଲକ୍ଷ୍ମୀ ବସ୍‌ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ । ଆଜି ଏହି ବ୍ୟବସ୍ଥାରେ ଆଉ ୩ଟି ଜିଲ୍ଲା ଯୋଡି ହେଲା ।

ଆଜିର ଶୁଭାରମ୍ଭ ପରେ ୩ଟି ଜିଲ୍ଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ୍‌ ଚାଲିବ । ଏହା ଦ୍ୱାରା ୨୭ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ଦେବଗଡର ୬୯ଟି ପଞ୍ଚାୟତରେ ୧୭ଟି ବସ୍‌ ଚାଲିବ ଏବଂ ୩ ଲକ୍ଷ ଲୋକ ଉପକୃତ ହେବେ । ସେହିପରି ଅନୁଗୋଳର ୧୭୬ଟି ପଞ୍ଚାୟତରେ ୨୯ଟି ବସ୍‌ ଚାଲିବ ଏଥିରେ ୧୧ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ । ସେହିପରି ଢେଙ୍କାନାଳର ୧୯୫ଟି ପଞ୍ଚାୟତରେ ୫୫ଟି ବସ୍‌ ଚାଲିବ ଏବଂ ୧୩ ଲକ୍ଷ ଲୋକ ଉପକୃତ ହେବେ ।

ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି । ସାରା ରାଜ୍ୟରେ ୧ ହଜାରରୁ ଅଧିକ ବସ୍ ଚାଲିବ । 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି ।

Leave A Reply

Your email address will not be published.