ନବରଙ୍ଗପୁରରେ ଗଡ଼ିଲା ଲକ୍ଷ୍ମୀ ବସ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ନବରଙ୍ଗପୁରରେ ଗଡ଼ିଲା ଲକ୍ଷ୍ମୀ ବସ। ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବରଙ୍ଗପୁରରେ ୪୪ଟି ବସ୍ ଚାଲିବ। ଏହାଦ୍ୱାରା ଉପାନ୍ତ ଅଞ୍ଚଳରେ ଗମନାଗମନରେ ଉନ୍ନତି ଆସିବ। ମିଶନ ଶକ୍ତି ମହିଳା, ଭିନ୍ନକ୍ଷମ, ଗର୍ଭବତୀ ମହିଳା ସହଜରେ ପଞ୍ଚାୟତରୁ ବ୍ଲକ କାର୍ଯ୍ୟାଳୟକୁ ଯାଇପାରିବେ।ଗ୍ରାମାଞ୍ଚଳ ପରିବହନରେ ରୂପାନ୍ତର ଆଣିବ ଲକ୍ଷ୍ମୀ ବସ୍ ସେବା।

ଏହି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ 5T ସଚିବ ଭି.କେ. ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ଏହି କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ପରିବହନ ବିଭାଗ ସଚିବ ଉଷା ପାଢ଼ୀ, ନବରଙ୍ଗପୁର ସାଂସଦ ରମେଶ ମାଝୀ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଝରିଗାଁ ବିଧାୟକ ପ୍ରକାଶ ମାଝୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ନବରଙ୍ଗପୁର ଏସଡ଼ିସି ଚେୟାରମ୍ୟାନ ଉପେନ୍ଦ୍ର ଗଣ୍ଡ ଉପସ୍ଥିତ ରହିଥିଲେ ।

ନବରଙ୍ଗପୁର ଜିଲ୍ଲାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଟି କୋଟି ଟଙ୍କା ବ୍ୟୟରେ ଅନେକ ଯୋଜନା କରିବା ସହ ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ୱରୂପ ନବରଙ୍ଗପୁର ଭଳି ଉପାନ୍ତ ଜିଲ୍ଲାର ଗରିବ ଜନସାଧାରଣଙ୍କ ପାଇଁ ନ୍ୟୁନତମ ରାଶି ମାତ୍ର ୫ ଟଙ୍କା ଟିକେଟ ଦର ରଖି ଗମନାଗମନର ସୁବିଧା ସକାଶେ ୪୫ଗୋଟି ଲକ୍ଷ୍ମୀ ବସ୍ ଚଳାଚଳ ନବରଙ୍ଗପୁର ଜିଲ୍ଲା ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ମଞ୍ଚାସୀନ ଅତିଥି ।

Leave A Reply

Your email address will not be published.