ପ୍ରଦୀପ ପାଣିଗ୍ରାହୀ ଗୁରୁତର; ଏମ୍ସ ସ୍ଥାନାନ୍ତର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବିରୋଧୀଙ୍କ ଆକ୍ରମଣରେ ଆହତ ହୋଇଥିବା ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଛି।  ପ୍ରଦୀପଙ୍କ ପଞ୍ଜରା ହାଡରେ ଆଘାତ ଲାଗିଥିବା ସୂଚନା ମିଳିଛି। ଅଧିକ ଚିକିତ୍ସା ପାଇଁ ଏମସରେ ଭର୍ତ୍ତି କରାଯାଇଥିବା ନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି।

ଗତକାଲି ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଭୋଟ ସରିବା ପରେ ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ପ୍ରଦୀପ ପାଣିଗ୍ରାହୀ ସମର୍ଥକ ଓ ସ୍ୱାଧୀନ ବିଧାନସଭା ପ୍ରାର୍ଥୀ ଶିବଶଙ୍କର ଦାସ ସମର୍ଥକଙ୍କ ମଧ୍ୟରେ କୌଣସି କାରଣ ପାଇଁ ହାତାହାତି ହୋଇଥିଲା। ଏହି ଗଣ୍ଡଗୋଳ ସମୟରେ ଶିବଶଙ୍କର ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ପ୍ରଦୀପଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଛି।ଶିବଶଙ୍କରଙ୍କ ଆକ୍ରମଣରେ ପ୍ରଦୀପ ଆହତ ହୋଇଥିଲେ ।

ତାଙ୍କର ବେକ ଓ ଛାତିରେ ଆଘାତ ଲାଗିଛି । ତାଙ୍କୁ ପୋଲିସ ଉଦ୍ଧାର କରି ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରିଛି । ଏବେ ପ୍ରଦୀପଙ୍କ ଚିକିତ୍ସା ଜାରି ରହିଛି । ଅନ୍ୟପଟେ ପୋଲିସ ସ୍ବାଧୀନ ପ୍ରାର୍ଥୀ ଶିବଶଙ୍କରଙ୍କୁ ଥାନାରେ ଅଟକ ରଖିଛି । ଏହାକୁ ବିରୋଧ କରି ତାଙ୍କର ଶତାଧିକ ସମର୍ଥକମାନେ ଥାନା ଆଗରେ ରୁଣ୍ଡ ହୋଇ ହୋହଲ୍ଲା କରିଛନ୍ତି । ଫଳରେ ଥାନା ସମ୍ମୁଖରେ ତୀବ୍ର ଉତ୍ତେଜନା ଦେଖିବାକୁ ମିଳିଛି ।

Comments are closed.