ଓଡ଼ିଆ ନ୍ୟୁଜ୍: ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ; ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ।ପୁରୁଣା ପଞ୍ଜୀକୃତ କବଲା ସଂଶୋଧନ କ୍ଷମତା ତହସିଲଦାରଙ୍କୁ ପ୍ରଦାନ।ଅନ୍ୟାନ୍ୟ ବୈଧ ଦଲିଲ ସମ୍ବନ୍ଧୀୟ ଜମିଜମା ରେକର୍ଡର ସଂଶୋଧନ କ୍ଷମତା।ଓଡ଼ିଶା ସର୍ଭେ ଆଣ୍ଡ ସେଟଲ୍ମେଣ୍ଟ ରୁଲ୍ସର ସଂଶୋଧନ ପାଇଁ CMଙ୍କ ଅନୁମୋଦନ।ରାଜସ୍ବ ପର୍ଷଦ ବା ଅନ୍ୟାନ୍ୟ ରିଭିଜନ କୋର୍ଟରେ ଅପିଲ ଦରକାର ପଡ଼ିବନି।
କ୍ରେତା-ବିକ୍ରେତାଙ୍କ ସମସ୍ୟାକୁ ଦୂର କରିବା ପାଇଁ ଏଭଳି ସଂଶୋଧନ ହେବ । ବର୍ତ୍ତମାନ ପ୍ରାବଧାନ ଅନୁସାରେ ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ କିଣିଥିବା ଜମିର ଜମି ପଟ୍ଟା ବନ୍ଦୋବସ୍ତ ଅଧିକାରୀ କ୍ରେତାଙ୍କ ନାମରେ କରନ୍ତି । କିନ୍ତୁ ଯଦି କୌଣସି କାରଣ ଯୋଗୁଁ ବନ୍ଦୋବସ୍ତ ପ୍ରକ୍ରିୟାରେ ଏହି ଜମିପଟ୍ଟା କ୍ରେତାଙ୍କ ନାମରେ କରାଯାଇ ନଥାଏ, ତେବେ କ୍ରେତା ଏଥିପାଇଁ ରାଜସ୍ୱ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟ ରେ ଅପିଲ୍ କରିଥାନ୍ତି । ଅତ୍ୟଧିକ କାର୍ଯ୍ୟଭାର ଯୋଗୁଁ, ଏହି ଅପିଲଗୁଡିକ ବର୍ଷ ବର୍ଷ ଧରି ଫଇସଲା ନହୋଇ ପଡି ରହିଥାଏ ।