ରତ୍ନଭଣ୍ଡାର ଚାବି ହଜିବା ମାମଲାରେ ରାଜ୍ୟ ସରକାରଙ୍କୁ ଶେଷ ମହଲତ

0

ଓଡ଼ିଆ ନ୍ୟୁଜ, (ବ୍ୟୁରୋ):  ରତ୍ନଭଣ୍ଡାର ଚାବି ହଜିବା ମାମଲାରେ ରାଜ୍ୟ ସରକାରଙ୍କୁ ଶେଷ ମହଲତ । ହାଇକୋର୍ଟ ଏହି ଶେଷ ସୁଯୋଗ ଦେଇଛନ୍ତି । ଆଜି ରତ୍ନଭଣ୍ଡାର ଚାବି ହଜିବା ସଂପର୍କିତ ମାମଲାରେ ଶୁଣାଣି ହେଉଥିଲା । କିନ୍ତୁ ରାଜ୍ୟ ସରକାରଙ୍କ ଗୃହ ବିଭାଗ ଜବାବ ନରଖି ଅଧିକ ସମୟ ଲୋଡିଥିଲେ । ବାରମ୍ବାର ସରକାର ସମୟ ନେଉଥିବାରୁ କୋର୍ଟ ଅସନ୍ତୋଷ ପ୍ରକାଶ କରିବା ସହ ତୁରନ୍ତ ଏନେଇ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

କେବେ ସୁଦ୍ଧା ଷ୍ଟାଟସ ରିପୋର୍ଟ ଦାଖଲ କରିବେ ସେନେଇ ରାଜ୍ୟ ସରକାର ଜବାବ ଦାଖଲ କରିବାକୁ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ଜାନୁଆରୀ ପ୍ରଥମ ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି କରିବେ ହାଇକୋର୍ଟ। ଆବେଦନକାରୀ ଓକିଲ, କୋର୍ଟଙ୍କୁ ଜଣାଇଥିଲେ ଯେ ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ କେବେ ସାର୍ବଜନୀନ କରାଯିବ ସେନେଇ କୌଣସି ଜବାବ ଦାଖଲ କରୁନାହାନ୍ତି ରାଜ୍ୟ ସରକାର । ବାରମ୍ବାର ସମୟ ନେଇ ଚାଲିଛନ୍ତି। ଆବେଦନକାରୀ ଦିଲୀପ କୁମାର ବରାଳଙ୍କ ପକ୍ଷରୁ ଦାୟର କରାଯାଇଥିବା ମାମଲାର ଶୁଣାଣି କରି କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ସେକ୍ସନ 3(4) ତଦନ୍ତ କମିଶନ 1952 ଧାରା କୁ ପାଳନ କରିବା, ରତ୍ନଭଣ୍ଡାରରେ ଥିବା ସାମଗ୍ରୀ ଗୁଡ଼ିକର ଯାଞ୍ଚ କରିବା ଏବଂ ରତ୍ନଭଣ୍ଡାର ରକ୍ଷଣାବେକ୍ଷଣ ଓ ମରାମତି ପାଇଁ ASI କୁ ଦାୟିତ୍ୱ ଦିଆଯାଉ। ଏହି ୩ଟି ପ୍ରସଙ୍ଗକୁ ନେଇ ଆବେଦନକାରୀ ହାଇକୋର୍ଟରେ ପ୍ରାର୍ଥନା କରିଥିଲେ । ତେବେ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ଆଜି ଏପରି ନିର୍ଦ୍ଦେଶ ଶୁଣାଇଛନ୍ତି।

Leave A Reply

Your email address will not be published.